ଲଣ୍ଡନ,୮।୬: ଇଂଲଣ୍ଡ ପେସର୍ ଓଲି ରବିନ୍ସନ୍ ବିବାଦୀୟ ଟୁଇଟ୍ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବ୍ରିଟେନର କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ଅଲିଭର ଡାଉଡେନ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ୨୭ ବର୍ଷୀୟ ନିଲମ୍ବନ ଉପରେ ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି।
ରବିବାର ଦିନ ଡ୍ରରେ ଶେଷ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଓଲି ରବିନ୍ସନ୍ ବଲ ଏବଂ ବ୍ୟାଟ ଦ୍ୱାରା ପ୍ରଭାବିତ କରିଥିଲେ। ଏହି ସମୟରେ ୨୦୧୨ ଏବଂ ୨୦୧୩ରେ ପୋଷ୍ଟ କରାଯାଇଥିବା ଟୁଇଟ୍ ପରେ ଅନୁସନ୍ଧାନ ଫଳାଫଳ ପର୍ଯ୍ୟନ୍ତ ଇସିବି ରବିନସନ୍ଙ୍କୁ ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ନିଲମ୍ବିତ କରିଛି। ପ୍ରଧାନମନ୍ତ୍ରୀ ଜନସନଙ୍କ ମୁଖପାତ୍ର କହିଛନ୍ତି ଯେ, ଏହି ମନ୍ତବ୍ୟ ଏକ ଦଶନ୍ଧି ପୂର୍ବରୁ ଦିଆଯାଇଥିଲା, ସେତେବେଳେ ସେ କିଶୋର ଥିଲେ। ତାଙ୍କ ମନ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି। ଏହାପୂର୍ବରୁ ବ୍ରିଟେନ କ୍ରୀଡାମନ୍ତ୍ରୀ କହିଥିଲେ, ଓଲିଙ୍କ ଟୁଇଟ୍ ଆପତ୍ତିଜନକ ଏବଂ ଭୁଲ ଥିଲା, ଏହା ଏକ ଦଶନ୍ଧି ପୁରୁଣା ଏବଂ ଜଣେ କିଶୋର ଅବସ୍ଥାରେ ସେ ଏହା ଲେଖିଥିଲେ। ସେ ଏବେ ଜଣେ ପୁରୁଷ ଏବଂ ସେ ମଧ୍ୟ କ୍ଷମା ମାଗିଛନ୍ତି। ଇସିବି ତାଙ୍କୁ ନିଲମ୍ବିତ କରିଛି ଏବଂ ସେ ପୁନର୍ବାର ଚିନ୍ତା କରିବା ଉଚିତ୍।
ଏକଦା ଅଣ୍ଡରଓ୍ବାଲ୍ଡ ଡନ୍ ଦାଉଦ୍ ଇବ୍ରାହିମ୍କୁ ଡ୍ରେସିଂ ରୁମ୍ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..
ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍କୁ ବିଶ୍ୱକପ୍ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ
ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ।...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
ୟୁକେ ଟୁର୍ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି
ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍ରେ ଯିବା ଲାଗି...
ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା
ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...
ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍...
ରାଣୀ ଅଧିନାୟିକା, ଦୀପ୍ଗ୍ରେସ୍ ଓ ସବିତା ଉପଅଧିନାୟିକା
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...


