ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ସେହିପରି ରାଧାମୋହନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଧାମୋହନଙ୍କ ବିୟୋଗ ଓଡ଼ିଶାର ଜୈବିକ କୃଷିକ୍ଷେତ୍ରରେ ଅପୂରଣୀୟ କ୍ଷତି। ସେ ଜଣେ ବିଶିଷ୍ଟ ଗାନ୍ଧୀବାଦୀ ନେତା, ସମାଜସେବୀ, ସ୍ତମ୍ଭକାର ଓ ବୈପ୍ଳବିକ ଚାଷୀ ଥିଲେ।
ସୂଚନାଯୋଗ୍ୟ, ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତ୍ତନ ଆଣିଥିଲେ ରାଧାମୋହନ। ଜୈବିକ କୃଷି ସହିତ ସେ ପରିବେଶର ସୁରକ୍ଷା ନେଇ ଲୋକଙ୍କୁ ସଚେତନ କରୁଥିଲେ। ପୂର୍ବରୁ ସେ ଓ ସୂଚନା କମିଶନର ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଏଥିସହ ସେ ପୁରୀ ଏସ୍ସିଏସ୍ କଲେଜରେ ମଧ୍ୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.