ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ କରିବାକୁ ଯାଉଛି। ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଛାତ୍ରୀଛାତ୍ର ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ଓ ୟୁଟ୍ୟୁବ୍‌ ମାଧ୍ୟମରେ ପାଠପଢ଼ିବେ। କରୋନା ପାଇଁ ପିଲାଙ୍କ ପାଠପଢ଼ାରେ ବହୁ ବ୍ୟାଘାତ ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନ ପୁଣି କେବେ ଖୋଲିବ ତାହା ଏବେ ବି ଆଶଙ୍କାରେ ରହିଛି। ତେଣୁ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ବିଭାଗ ପକ୍ଷରୁ ପାଠପଢ଼ା ପାଇଁ ଏଭଳ ବିକଳ୍ପ ପ୍ରୟାସ ଆରମ୍ଭ କରାଯାଇଛି। ୨୧ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ସକାଳ ୯ଟାରୁ ୧୦ଟା ୩୦ ଯାଏ ପ୍ରାଥମିକ ଶ୍ରେଣୀର କ୍ଲାସ ହେବ। ସେହିପରି ୨୧ରୁ ଜୁଲାଇ ୩୧ ଯାଏ ସକାଳ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ହାଇସ୍କୁଲ ଶ୍ରେଣୀର ପାଠପଢ଼ା ହେବ। ସେପଟେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ କହିଛି, ୟୁଟ୍ୟୁବ କିମ୍ବା ଅନଲାଇନ୍‌ ଉପରେ ଅଧିକ ନିର୍ଭର ନ କରି ଟେଲିଭିଜନ ଚ୍ୟାନେଲ ମାଧ୍ୟମରେ ଶିକ୍ଷାଦାନକୁ ସରକାର ଅଧିକ ଗୁରୁତ୍ୱ ଦିଅନ୍ତୁ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.