ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ଆର୍ଆର୍ ଆଇଟି କଲୋନୀ(ଇବ ନଗର)ର ବାସିନ୍ଦା ରଞ୍ଜନ କୁମାର ସାହୁ(୫୫)। ରାଜଗଙ୍ଗପୁରରୁ ରଞ୍ଜନ ତାଙ୍କର ସ୍ତ୍ରୀ, ଏକ ମାତ୍ର ଝିଅ ଓ ଅନ୍ୟ ଜଣେ ପଡୋଶୀଙ୍କ ସହ ଏକ କାର(ନଂ.ଓଡି୨୩ଏମ୍-୦୮୮୮) ଯୋଗେ ସୁନ୍ଦରଗଡ଼ ଆସୁ ଥିଲେ। ହେଲେ କରମ ଡିହି ପେଟ୍ରୋଲ ପମ୍ପ ନିକଟରେ କାର୍ ସମ୍ମୁଖକୁ ଏକ ଗାଈ ହଠାତ ଚାଲି ଆସିଥିଲା। ଫଳରେ କାର୍ଟି ନିୟନ୍ତ୍ରଣ ହରାଇ ରାସ୍ତା ଡିଭାଇଡରରେ ପିଟି ହୋଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ କାର୍ ଭିତରୁ ସମସ୍ତଙ୍କୁ ବାହାର କରି ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ କାରରେ ଆହତଙ୍କୁ ଏକ ନର୍ସିଂହୋମକୁ ନିଆଯାଇଥିଲା। ସେଠାରେ ରଞ୍ଜନଙ୍କୁ ମୃତ ଘୋଷଣା କରାଯାଇଥିଲା। ଏନେଇ ସ୍ଥାନୀୟ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.