ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି। ଏହି ୩୮ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ କଟକ ଓ ବରଗଡ଼ରୁ ୫ ଲେଖାଏ ଅଛନ୍ତି। ମୟୂରଭଞ୍ଜ ଓ ପୁରୀ ଜିଲାରୁ ୪ ଲେଖାଏଙ୍କ ପ୍ରାଣ ଯାଇଛି। ସେହିପରି ସମ୍ବଲପୁରରୁ ୩ ଜଣ ପ୍ରାଣ ହରାଇଛନ୍ତି। ଏହାବାଦ ଜଗତସିଂହପୁର, ଝାରସୁଗୁଡ଼ାରୁ ୨ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼ରୁ ଜଣେ ଲେଖାଏ କରୋନାରେ ଆଖି ବୁଜିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.