ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ ଦକ୍ଷତାର ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି।
ନିର୍ଦ୍ଦେଶକ ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ସେ ଲୋକସମ୍ପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ବିଜ୍ଞାନ ଓ ବୈଷୟିକବିଦ୍ୟାର ପ୍ରୟୋଗକୁ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସଞ୍ଚାର ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହୋଇ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ସେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଲୋକସମ୍ପର୍କ ଭବନରେ ତ୍ରିପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିତ୍କାରୀମାନେ ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ। ନୂତନ ନିର୍ଦ୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟ ଓ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.