ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମୃତ ଶ୍ରମିକ ହେଲେ ବିମ୍ବାଧର ନାଏକ ଓ ଗୁରୁତର ଦ୍ବୟ ହେଲେ ବିନାୟକ ଦେହୁରୀ ଓ ପବିତ୍ର ଦେହୁରୀ। ଏହି ଶ୍ରମିକ ମାନଙ୍କ ଘର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅନ୍ତର୍ଗତ ବାଦିବାହାଳ ଗ୍ରାମରେ। ମୃତଦେହ ରେଢାଖୋଲ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଗୁରୁତରଦ୍ବୟଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛ। ଶ୍ରମିକମାନେ କେନ୍ଦୁପତ୍ର ଫଡିରେ କେନ୍ଦୁପତ୍ର ବାନ୍ଧି ସାରି ଶୋଇଥିବା ବେଳେ ବିଳମ୍ବିତ ରତିରେ ଦନ୍ତା ଆସି ଆକ୍ରମଣ କରିଥିଲା।
Posted inଆମ ଜିଲା ଖବର, ସମ୍ବଲପୁର View All
କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜୀବନ ନେଲା
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର...
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ...
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ
ପରଜଙ୍ଗ, ୧୩।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...
ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ
ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...


