ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମୃତ ଶ୍ରମିକ ହେଲେ ବିମ୍ବାଧର ନାଏକ ଓ ଗୁରୁତର ଦ୍ବୟ ହେଲେ ବିନାୟକ ଦେହୁରୀ ଓ ପବିତ୍ର ଦେହୁରୀ। ଏହି ଶ୍ରମିକ ମାନଙ୍କ ଘର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅନ୍ତର୍ଗତ ବାଦିବାହାଳ ଗ୍ରାମରେ। ମୃତଦେହ ରେଢାଖୋଲ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଗୁରୁତରଦ୍ବୟଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛ। ଶ୍ରମିକମାନେ କେନ୍ଦୁପତ୍ର ଫଡିରେ କେନ୍ଦୁପତ୍ର ବାନ୍ଧି ସାରି ଶୋଇଥିବା ବେଳେ ବିଳମ୍ବିତ ରତିରେ ଦନ୍ତା ଆସି ଆକ୍ରମଣ କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.