ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ ଯୁବତୀଙ୍କ ମା’ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ ଏକ ମାମଲା (ନଂ.୨୪୯/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସମ୍ପୃକ୍ତ ଯୁବକ ନିଜକୁ ଇଞ୍ଜିନିୟର ପରିଚୟ ଦେଇ ଯୁବତୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ପରେ ସେ ଇଞ୍ଜିନିୟର ନୁହେଁ ବୋଲି ଯୁବତୀ ଜାଣିପାରି ତାଙ୍କ ପକ୍ଷରୁ ବିବାହ ପାଇଁ ପ୍ରତ୍ୟାଖାନ କରାଯାଇଥିଲା। ଯୁବକ ଜଣଙ୍କ ଏଥିରେ ରାଗିଯାଇ ଯୁବତୀଙ୍କ ଉପରେ ଏସିଡ୍ ମାଡ଼ କରିବେ ଓ ଅନ୍ୟ କାହା ସହ ବିବାହ କରାଇ ଦେବେ ନାହିଁ ବୋଲି ବିଭିନ୍ନ ଧମକ ଦେଇଥିବା ଏତଲାରେ ଦର୍ଶାଯାଇଛି। ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ଆଲୋକ କୁମାର ଜେନା ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି।...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...
ଦଦରା ଘରେ ଡାକ୍ତରଖାନା
ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି।...
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...


