ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା ସକାଳ ୧୦ଟା ୪୫ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲୁଛି। ଏଥିସହିତ ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ବି ଅନ୍‌ଲାଇନ ପାଠପଢ଼ା ହେଉଛି। ତେବେ ପ୍ରଥମ ଦିନରେ ଅନ୍‌ଲାଇନରେ ପାଠପଢ଼ା କେମିତି ଚାଲିଛି ତାହାର ତଦାରଖ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପରେ ସେ କହିଛନ୍ତି, ୟୁଟ୍ୟୁବ୍‌ କ୍ଲାସ ପରେ ଛାତ୍ରୀଛାତ୍ରଙ୍କ ପ୍ରତି ମାସେ କିମ୍ବା ଦୁଇମାସରେ ଇଣ୍ଟରନାଲ ଆସେସ୍‌ମେଣ୍ଟ ହୋଇ ଇ-ମୂଲ୍ୟାୟନ କରାଯିବ। ତେବେ ବିଭିନ୍ନ ସ୍ଥାନରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ପାଠପଢ଼ାରୁ ବଞ୍ଚତ୍ତ ହୋଇଥିବାରୁ ସେମାନଙ୍କ ପାଖରେ ଏହି ସୁବିଧା କିପରି ପହଞ୍ଚତ୍ପାରିବ ସେଥିପାଇଁ ବିଭାଗ ପଦକ୍ଷେପ ନେବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଯୋଗୁ ପାଠପଢ଼ା ବ୍ୟାହତ ହେଇଛି। ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରଖିଛନ୍ତି। ଫଳରେ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବ୍ୟାହତ ହୋଇଛି। ଶିକ୍ଷାବର୍ଷର ତିନିମାସ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଗୋଟିଏ ବି ଶ୍ରେଣୀରେ କ୍ଲାସ୍‌ରୁମ୍‌ ଶିକ୍ଷାଦାନ ହୋଇପାରି ନାହିଁ। ଏପରିସ୍ଥିତିରେ ବିକଳ୍ପ ପଦକ୍ଷେପ ସ୍ବରୂପ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟ୍ୟୁବ୍‌ରେ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ସବୁ ପିଲାଙ୍କ ପାଖରେ ଏହି ଶିକ୍ଷାଦାନ ପହଞ୍ଚତ୍ବା ସହଜ ନ ଥିବାରୁ ପ୍ରଥମ ଦିନରୁ ଦେଖାଯାଇଥିଲା ସମସ୍ୟା। ସହରାଞ୍ଚଳରେ ପିଲାମାନେ ସୁବିଧା ପାଉଥିବାବେଳେ ଗ୍ରାମାଞ୍ଚଳରେ ପିଲାମାନେ ବହୁ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଇଣ୍ଟରନେଟ ସମସ୍ୟା ସହ ଅଧିକାଂଶ ଛାତ୍ରୀଛାତ୍ରଙ୍କ ନିକଟରେ ମୋବାଇଲ ନାହିଁ କି କମ୍ପ୍ୟୁଟର ନାହିଁ। ତେଣୁ ସରକାର ଏହି ପ୍ରୟାସ କେତେ ଦୂର ସଫଳ ହେବ ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ସରକାର ଅନ୍‌ଲାଇନ୍‌ ଶିକ୍ଷାଦାନ ବ୍ୟବସ୍ଥା କରିଥିଲେ ମଧ୍ୟ ମାତ୍ର ୬୦% ପିଲା ଏହାର ସୁବିଧା ପାଇପାରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.