ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ପୋଲ ନିର୍ମାଣର ଆବଶ୍ୟକତା ନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କୁ ଟୁଇଟ କରିବା ପରେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅଙ୍ଗ ନଦୀ ଉପରେ ପ୍ରସ୍ତାବିତ ପୋଲ ନିର୍ମାଣ ପାଇଁ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି।
ସୂଚନା ଯୋଗ୍ୟ, ପୋଲ ନ ଥିବା ଯୋଗୁ ଚର୍ଦାପାଲି ସମେତ ବିଭିନ୍ନ ଗ୍ରାମର ଲୋକେ ଯାତାୟତ କ୍ଷେତ୍ରରେ ଅସୁବିଧାର ସମ୍ମୁଖିନ ହେବା ସହିତ ବିଭିନ୍ନ ଅତ୍ୟାବଶ୍ୟକୀୟ ସେବା ପାଇବାରୁ ବଞ୍ଚିତ ହୋଇ ଆସୁଛନ୍ତି। ଅନ୍ୟପକ୍ଷରେ ଏଭଳି ସମସ୍ୟା ଯୋଗୁ ସେମାନେ ପଡୋଶୀ ଛତିଶଗଡ଼ ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି। ତେବେ ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ପୂର୍ବରୁ ଆନ୍ଦୋଳନକୁ ଓହ୍ଲାଇ ଥିବା ବେଳେ ଛତିଶଗଡରେ ମିଶିବା ନେଇ ଚେତାବନୀ ଦେଇଥିଲେ।
Posted inଆମ ଜିଲା ଖବର, ବରଗଡ଼ View All
ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...
ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ...
ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ
କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...
ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା
ଛତ୍ରପୁର,୨୬।୬(ଡି.ଏନ୍.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ...
ଆଇସିୟୁ, ଭେଣ୍ଟିଲେଟର ନାହିଁ
ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...
୧୭,୦୦୦ ଫାଭିପିରାଭିର ଟାବ୍ଲେଟ୍ ଜବତ
କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...


