ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇିଛି । ଜିଲାର ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ପୋଲ ନିର୍ମାଣର ଆବଶ୍ୟକତା ନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କୁ ଟୁଇଟ କରିବା ପରେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅଙ୍ଗ ନଦୀ ଉପରେ ପ୍ରସ୍ତାବିତ ପୋଲ ନିର୍ମାଣ ପାଇଁ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି।
ସୂଚନା ଯୋଗ୍ୟ, ପୋଲ ନ ଥିବା ଯୋଗୁ ଚର୍ଦାପାଲି ସମେତ ବିଭିନ୍ନ ଗ୍ରାମର ଲୋକେ ଯାତାୟତ କ୍ଷେତ୍ରରେ ଅସୁବିଧାର ସମ୍ମୁଖିନ ହେବା ସହିତ ବିଭିନ୍ନ ଅତ୍ୟାବଶ୍ୟକୀୟ ସେବା ପାଇବାରୁ ବଞ୍ଚିତ ହୋଇ ଆସୁଛନ୍ତି। ଅନ୍ୟପକ୍ଷରେ ଏଭଳି ସମସ୍ୟା ଯୋଗୁ ସେମାନେ ପଡୋଶୀ ଛତିଶଗଡ଼ ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି। ତେବେ ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ପୂର୍ବରୁ ଆନ୍ଦୋଳନକୁ ଓହ୍ଲାଇ ଥିବା ବେଳେ ଛତିଶଗଡରେ ମିଶିବା ନେଇ ଚେତାବନୀ ଦେଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.