ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅନୈତିକ ସମ୍ପର୍କ ସନ୍ଦେହରେ ସ୍ବାମୀ ଏହି କାଣ୍ଡ ଘଟାଇ ଥିବା ଜଣାପଡିଛି। ପରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।
ସୂଚନାଯୋଗ୍ୟ, ବ୍ରହ୍ମପୁରୀ ପୋଲିସ ଷ୍ଟେଶନ ଅଞ୍ଚଳର ମୋହଲା ବାଗଡିଆନଙ୍କ ଅଞ୍ଚଳରେ ଏହି ଘଟଣା ଘଟିଛି। ବିକାଶ ଓରଫ୍ ବିକି ଗତ ବର୍ଷ ଦିଲ୍ଲୀର ମଙ୍ଗୋଲପୁରୀ ନିବାସୀ ନେହାଙ୍କୁ ବିବାହ କରିଥିଲେ। ଦୁହେଁ ସାରେ ଘରେ ମଦ୍ୟପାନ କରୁଥିଲେ। ଏହି ସମୟରେ ନେହାଙ୍କ ଫୋନରେ ଏକ କଲ ଆସିଥିଲା। ଏହି ପ୍ରସଙ୍ଗରେ ବିକାଶ ଏବଂ ନେହାଙ୍କ ମଧ୍ୟରେ ଝଗଡା ହୋଇଥିଲା। ବିକାଶ ପ୍ରଥମେ ନେହାଙ୍କୁ ଆକ୍ରମଣ କରିଥିଲେ ଏବଂ ପରେ ପନିପରିବା କଟାଯାଉଥିବା ଛୁରୀରେ ତାଙ୍କ ଗଳା କାଟି ଦେଇଥିଲେ। ଦୀର୍ଘ ସମୟ ଧରି ସେ ରକ୍ତସ୍ରାବ ଅବସ୍ଥାରେ ନେହା ଅଚେତ୍ ହୋଇ ତଳେ ପଡ଼ି ରହିଥିଲେ। ବିକାଶଙ୍କ ମା’ ଏହା ଜାଣି ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ଲୋକଙ୍କ ସାହାଯ୍ୟରେ ନେହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୋଲିସ କହିଛି ଯେ, ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.