ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍ଓୟୁରେ ସ୍ବାକ୍ଷର କରିଥିବେ ସେମାନେ ସରକାରଙ୍କ ଜାନୁୟାରୀ ୯ତାରିଖରେ ପ୍ରକାଶିତ ବିଜ୍ଞପ୍ତିକୁ ମାନିବେ। ଏହାବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଘରୋଇ ସ୍କୁଲ ୨୦୧୯-୨୦ ଶିକ୍ଷା ବର୍ଷରେ ଆଦାୟ କରିଥିବା ଦେୟର ୧୫% ରିହାତିରେ ପିଲାଙ୍କ ଠାରୁ ୨୦୨୦-୨୧ ଶିକ୍ଷା ବର୍ଷରେ ଫି’ ଆଦାୟ କରିବେ। ଯେଉଁ ଅଭିଭାବକମାନେ ପୂର୍ବରୁ ସମସ୍ତ ଦେୟ ପୈଠ କରିସାରିଥିବେ, ସେମାନଙ୍କ ପାଇଁ ଉକ୍ତ ରିହାତି ଫି’ ପରବର୍ତ୍ତୀ ଦେୟରୁ କାଟି ଦିଆଯିବାକୁ ନିର୍ଦ୍ଦେଶ ରହିଛି। ଏପରି କି ଯେଉଁ ଛାତ୍ରୀଛାତ୍ରମାନେ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେବାକୁ ଥିବେ, ସେମାନଙ୍କୁ ୨୦୨୦-୨୧ ଶିକ୍ଷା ବର୍ଷରେ ସ୍କୁଲ ଦେୟ ଦେଇ ନ ଥିବା କାରଣ ଦର୍ଶାଇ ବିଦ୍ୟାଳୟ କର୍ତ୍ତୃପକ୍ଷ ପାଠପଢ଼ାରୁ ନିବୃତ୍ତ କରିପାରିବେ ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିକୁ ସମସ୍ତ ଘରୋଇ ବିଦ୍ୟାଳୟର ପରିଚାଳନା କର୍ତ୍ତୃପକ୍ଷ ଏବଂ ଅଭିଭାବକ ସଂଘ ମାନିବାକୁ ନିର୍ଦ୍ଦେଶ ରହିଛି। ଅପରପକ୍ଷରେ ଓଡ଼ିଶା ଅଭିଭାବକ ମହାସଂଘ ରାଜ୍ୟ ସରକାରଙ୍କ ଏହି ବିଜ୍ଞପ୍ତିକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛି। ମହାସଂଘର କହିବା ଅନୁଯାୟୀ କେଉଁ ଫି ’ଉପରେ ଦେୟ ଛାଡ଼ ହେବ ତାହା ପ୍ରଥମେ ସରକାର ନିଶ୍ଚିତ କରନ୍ତୁ। ଏପରି କି ସ୍କୁଲ ଖୋଲିବା ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି କାର୍ଯ୍ୟ କରିବା କଥା, ଏହାକୁ ନ ଲେଖି ୨୦୨୧-୨୨ରୁ ସମ୍ପୂର୍ଣ୍ଣ ଫି’ ଆଦାୟ କରିବାକୁ କିପରି କୁହାଯାଇଛି। ଏଥିସହ ୧୯୯୬ ରିଜୋଲ୍ୟୁଶନ ଅନୁସାରେ ସ୍କୁଲ ସୁବିଧା ଦେଖି ରାଜ୍ୟ ସରକାର ଫି’ ଘୋଷଣା କରନ୍ତୁ ଏବଂ ତା’ର ୧୫% କାଟନ୍ତୁ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
୨୩ରୁ ପୁରୀରେ ୧୪୪
ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...
ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।...
୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ
ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍ଲାଣ୍ଡ...
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...
ରକ୍ତ ସଂଗ୍ରହରେ କରୋନା ବାଧକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍ଡାଉନ୍ ଓ ସପ୍ତାହାନ୍ତ ଶଟ୍ଡାଉନ୍ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...
୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...
ବଜାର ବନ୍ଦ, ସରକାର ନେଉନାହାନ୍ତି
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...


