ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍ଓୟୁରେ ସ୍ବାକ୍ଷର କରିଥିବେ ସେମାନେ ସରକାରଙ୍କ ଜାନୁୟାରୀ ୯ତାରିଖରେ ପ୍ରକାଶିତ ବିଜ୍ଞପ୍ତିକୁ ମାନିବେ। ଏହାବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଘରୋଇ ସ୍କୁଲ ୨୦୧୯-୨୦ ଶିକ୍ଷା ବର୍ଷରେ ଆଦାୟ କରିଥିବା ଦେୟର ୧୫% ରିହାତିରେ ପିଲାଙ୍କ ଠାରୁ ୨୦୨୦-୨୧ ଶିକ୍ଷା ବର୍ଷରେ ଫି’ ଆଦାୟ କରିବେ। ଯେଉଁ ଅଭିଭାବକମାନେ ପୂର୍ବରୁ ସମସ୍ତ ଦେୟ ପୈଠ କରିସାରିଥିବେ, ସେମାନଙ୍କ ପାଇଁ ଉକ୍ତ ରିହାତି ଫି’ ପରବର୍ତ୍ତୀ ଦେୟରୁ କାଟି ଦିଆଯିବାକୁ ନିର୍ଦ୍ଦେଶ ରହିଛି। ଏପରି କି ଯେଉଁ ଛାତ୍ରୀଛାତ୍ରମାନେ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେବାକୁ ଥିବେ, ସେମାନଙ୍କୁ ୨୦୨୦-୨୧ ଶିକ୍ଷା ବର୍ଷରେ ସ୍କୁଲ ଦେୟ ଦେଇ ନ ଥିବା କାରଣ ଦର୍ଶାଇ ବିଦ୍ୟାଳୟ କର୍ତ୍ତୃପକ୍ଷ ପାଠପଢ଼ାରୁ ନିବୃତ୍ତ କରିପାରିବେ ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିକୁ ସମସ୍ତ ଘରୋଇ ବିଦ୍ୟାଳୟର ପରିଚାଳନା କର୍ତ୍ତୃପକ୍ଷ ଏବଂ ଅଭିଭାବକ ସଂଘ ମାନିବାକୁ ନିର୍ଦ୍ଦେଶ ରହିଛି। ଅପରପକ୍ଷରେ ଓଡ଼ିଶା ଅଭିଭାବକ ମହାସଂଘ ରାଜ୍ୟ ସରକାରଙ୍କ ଏହି ବିଜ୍ଞପ୍ତିକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛି। ମହାସଂଘର କହିବା ଅନୁଯାୟୀ କେଉଁ ଫି ’ଉପରେ ଦେୟ ଛାଡ଼ ହେବ ତାହା ପ୍ରଥମେ ସରକାର ନିଶ୍ଚିତ କରନ୍ତୁ। ଏପରି କି ସ୍କୁଲ ଖୋଲିବା ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି କାର୍ଯ୍ୟ କରିବା କଥା, ଏହାକୁ ନ ଲେଖି ୨୦୨୧-୨୨ରୁ ସମ୍ପୂର୍ଣ୍ଣ ଫି’ ଆଦାୟ କରିବାକୁ କିପରି କୁହାଯାଇଛି। ଏଥିସହ ୧୯୯୬ ରିଜୋଲ୍ୟୁଶନ ଅନୁସାରେ ସ୍କୁଲ ସୁବିଧା ଦେଖି ରାଜ୍ୟ ସରକାର ଫି’ ଘୋଷଣା କରନ୍ତୁ ଏବଂ ତା’ର ୧୫% କାଟନ୍ତୁ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...
ଉତ୍ସବ ପରି ଉତ୍ସାହ
ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...
ଜଳବନ୍ଦୀରେ ନଦୀକୂଳିଆ ଗାଁ
ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
କୋଭିଡ୍ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି)...
ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା
ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...


