ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ।
ସୂଚନା ଯୋଗ୍ୟ, ଆର୍ଛା ଜଙ୍ଗଲରେ ମାଓବାଦୀଙ୍କ ଶିବିର ଚାଲିଥିବା ଗୋଇନ୍ଦା ସୂଚନା ପାଇ ପୋଲିସ ପକ୍ଷରୁ କୋମ୍ବିଂ ଅପରେଶନ କରାଯାଇଥିଲା। ଜଙ୍ଗଲକୁ ପୋଲିସ ଆସିଥିବା ଜାଣି ପ୍ରଥମେ ମାଓବାଦୀମାନେ ଗୁଳିଚାଳନା କରିଥିଲେ। ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ପୋଲିସ ଗୁଳିର ସାମନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ପୋଲିସ ତଲାସି କଲା ବେଳେ ୨ଜଣ ମାଓବାଦୀ ନିହତ ହୋଇଥିବା ସ୍ପଷ୍ଟ ହୋଇଥିଲା। ଏଥିସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଜବତ ସାମଗ୍ରୀ ମଧ୍ୟରେ ୩ଟି ରାଇଫଲ୍, ଅନେକ ଜୀବନ୍ତ ଗୁଳି, ପୋଷାକ, ଔଷଧ ଏବଂ ଧନୁ ତୀର ରହିଛି । ଘଟଣା ସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଥିବା ବସ୍ତର ପୋଲିସ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.