କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ ମାଝିଗୁଡ଼ାରେ ଏକ କାର୍ ଗଛରେ ପିଟି ହୋଇ ପଡ଼ି ରହିଥିଲା। ଅନେକ ଲୋକ ଉକ୍ତ ବାଟ ଦେଇ ଯାଉଥିଲେ ମଧ୍ୟ କେହି ଉଦ୍ଧାର କରି ନ ଥିଲେ ା ଏହି ସମୟରେ କୋରାପୁଟ ବିଧାୟକ ନବରଙ୍ଗପୁର ଯାଉଥିବାବେଳେ କାର୍ଟି ଦୁର୍ଘଟଣାଗସ୍ତ ଦେଖିବାକୁ ପାଇଥିଲେ। ତୁରନ୍ତ ଦୁର୍ଘଟଣାଗସ୍ତ କାର୍ରେ ଥିବା ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚି ଆହତମାନଙ୍କୁ ହସ୍ପିଟାଲ ନେଇଛି।
ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ
Posted inଆମ ଜିଲା ଖବର, କୋରାପୁଟ View All
ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ
ବୌଦ୍ଧ,୯।୬(ଡି.ଏନ୍.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ଏନ୍କାଉଣ୍ଟରରେ ମହିଳା ମାଓବାଦୀ ନିହତ
ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା...
ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ
ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ...
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
ସିଏମ୍ସି ପାଇଁ କୋହଳ ନିୟମ
କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍ସି)। ସିଏମ୍ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ...
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...


