Categories: ରାଜ୍ୟ

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମୌସୁମୀ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସମ୍ପୂର୍ଣ୍ଣ ଏବଂ ପୁରୀ ଜିଲାର ବାକି ଅଂଶ ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର ଅଧିକାଂଶ ଭାଗ, କଟକ, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର କିଛି ଅଂଶକୁ ମୌସୁମୀ ଆଚ୍ଛାଦିତ କରିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ରାଜ୍ୟକୁ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଶନିବାର ରାତିରୁ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗିରହିବ। ୧୭ ତାରିଖରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଲାଗି ବାରଣ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ନିର୍ଦ୍ଦେଶ ଦିଆଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.