ଦିଗପହଣ୍ଡି,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଗାଁର କିଛି ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚିଯିବାରୁ ସେ ଚମ୍ପଟ ମାରିଥିବା ଜଣାପଡିଛି। ଏ ନେଇ ଦିଗପହଣ୍ଡି ଥାନାରେ ମାମଲା ହେବା ପରେ ଆଇଆଇସି ବସନ୍ତ କୁମାର ସେଠୀ ଅଭିଯୁକ୍ତ ଆକାଶଙ୍କ ନାଁ ରେ କେସ ନଂ.୧୫୩/୨୧ରେ ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତ ଗିରଫ ଭୟରେ ଫେରାର ଥିବା ଜଣାପଡିଛି।
ଶନିବାର ଉଭୟ ମା’, ଝିଅ ଏକ ଭୋଜି ଖାଇବାକୁ ଯାଉଥିବା ବେଳେ ଅଭିଯୁକ୍ତ ଆକାଶ ଝିଅକୁ କମେଣ୍ଟ ମାରିଥିଲେ। ମା’ ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ଉଭୟଙ୍କୁ ରାସ୍ତା ଉପରେ ନିସ୍ତୁକ ମାଡ଼ ମାରିଥିବା ଏତଲାରେ ଉଲ୍ଲେଖଅଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.