ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ ବଳାତ୍କାର ପାଇଁ ଉଦ୍ୟମ କରୁଥିଲେ। ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ବାର୍ ମାଲିକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ବାର୍ସାଲୋନାରେ ସେଣ୍ଟ୍ ଆଣ୍ଡ୍ୟ୍ୟୁ ଡେ ଲା ବାର୍ସାଙ୍କ ଏକ ରେଷ୍ଟୁରାଣ୍ଟରେ ଏହି ଘଟଣା ଘଟିଛି। ଯୁବତୀଙ୍କ କହିବା କଥା ତାଙ୍କ ମାଲିକ କିଛି ମାସ ହେଲା ତାଙ୍କୁ ଯୌନ ନିର୍ଯାତନା ଦେଇ ଆସୁଥିଲେ। ଅନେକ ସମୟରେ ବଳପୂର୍ବକ ତାଙ୍କ ସହ ଶାରୀରିକ ସମ୍ପର୍କ ମଧ୍ୟ ରଖୁଥିଲେ। ଯାହାକୁ ସେ ବିରୋଧ କରିଆସୁଥିଲେ।
୩୦ ବର୍ଷୀୟା ଏହି ଯୁବତୀ ଜଣଙ୍କ ବାଂଲାଦେଶର। ତାଙ୍କୁ ମାଲିକ ବଳାତ୍କାର ଉଦ୍ୟମ କରିବା ପରେ ସେ ପୋଲିସକୁ ଡାକିଥିଲେ। କହିଥିଲେ ମାଲିକ ତାଙ୍କୁ ବହୁବାର ବଳାତ୍କାର ଉଦ୍ୟମ କରିବା ପରେ ସେ ଏମିତି ପଦକ୍ଷେପ ନେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଥିବାରୁ ଅଧିକ ସୂଚନା ଦେବାକୁ ମନା କରିଛି। ଯାଞ୍ଚ ପରେ ସମସ୍ତ ତଥ୍ୟ ଲୋକଲୋଚନକୁ ଆସିବ। ତେବେ ପୋଲିସ ଏକ ମାମଲା ରୁଜୁ କରି ଯୁବତୀଙ୍କୁ ଗିରଫ କରିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.