ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ ରେଟକୁ ୩.୩୫ ପ୍ରତିଶତରେ ଅପରିବର୍ତ୍ତିତ ରଖାଯାଇଛି। ଏନେଇ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାଶ ସୂଚନା ଦେଇଛନ୍ତି। ତେବେ କରୋନା ଦ୍ୱିତୀୟ ଲହର କାରଣରୁ ଆର୍ଥିକ ମାନ୍ଦାବସ୍ଥା ଫଳରେ ୨୦୨୧-୨୨ ଆର୍ଥିକ ବର୍ଷରେ ଦେଶର ଡିଜିପି ଅଭିବୃଦ୍ଧି ଆକଳନକୁ କମାଇ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ପୂର୍ବରୁ ଏହା ୧୦.୫ ପ୍ରତିଶତ ରହିବ ବୋଲି ଆରବିଆଇ ଆକଳନ କରିଥିବାବେଳେ ଏବେ ଏହାକୁ ୯.୫ ପ୍ରତିଶତକୁ କମାଇ ଦେଇଛି।
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...
ବଲିଉଡ୍ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍ରେ ମଦ କିଣିବା
ମୁମ୍ବାଇ,୨୪।୬: ବଲିଉଡର ଭେଟେରାନ ଅଭିନେତ୍ରୀ ଶାବାନା ଆଜମି ଗୁରୁବାର ଏକ ମଦ ଯୋଗାଉଥିବା ଅନଲାଇନ୍ ପ୍ଲାଟଫର୍ମ ନାମରେ ଠକାମି ଅଭିଯୋଗ ଆଣିଛନ୍ତି। ହୋମ ଡେଲିଭରି କରୁଥିବା...
୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ
ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...
୫ ବର୍ଷରୁ କମ୍ ବୟସ୍କ ଛୋଟପିଲା ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...
ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା
ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍
କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି।...
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...


