ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ସାହ୍ଲେପାଲି ଅଞ୍ଚଳର ଶତାଧିକ ଚାଷୀ ଏଭଳି ଅଭିଯୋଗ କରି ବରଗଡ଼ ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଛନ୍ତି। ସେମାନଙ୍କ ପାଖରେ ଟୋକନ ରହିଛି। ସେହିପରି ଧାନ ଉଠାଇବା ପାଇଁ ଟାର୍ଗେଟ ମଧ୍ୟ ଅଛି। କିନ୍ତୁ ମିଲର୍ସମାନେ ଜାଣିଶୁଣି ଆସୁ ନଥିବାରୁ ମଣ୍ଡିର ଖୋଲା ଆକାଶ ତଳେ ପ୍ରାୟ ୧୦ ହଜାର ପକେଟ ଧାନ ବିକ୍ରି ଅପେକ୍ଷାରେ ପଡ଼ିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଝଡ଼ବର୍ଷା ଲାଗି ରହିଥିବାରୁ ସେଠାରେ ପଡ଼ିଥିବା ଧାନ ବର୍ଷାରେ ଭିଜି ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ଫଳରେ ସମସ୍ତ ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.