ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ ହେଲେ ରୂପ୍ସା ଅଞ୍ଚଳର ଦୟାନିଧି ସାହୁ(୪୦)।
ଦୟାନିଧି ଜଳେଶ୍ୱର ଷ୍ଟେଶନ ବଜାର ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଏକ ଉଠାଦୋକାନ କରିଥିଲେ ା ଲକ୍ଡାଉନ୍, ଶଟ୍ଡାଉନ୍ ଥିବାରୁ ସେ ନିଜ ସାଇକେଲରେ ଗାଁକୁ ଗାଁ ବୁଲି ଛଣା ଜିନିଷ ବିକ୍ରି କରିଆସୁଥିଲେ। ରବିବାର ଦୟାନିଧି ପାଉଁରୁଟି ନେବା ପାଇଁ ଦୋକାନକୁ ଯାଇଥିବା ବେଳେ ଘର ଛାତ ହଠାତ୍ ଭୁଶୁଡି ପଡ଼ିଥିଲା। ଫଳରେ ସେ ଗୁରୁତର ହୋଇ ପଡିଥିଲେ ା ପ୍ରଥମେ ତାଙ୍କୁ ଜିକେଭଟ୍ଟର ହସ୍ପିଟାଲ ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ଲାଗି ରୂପ୍ସା ହସ୍ପିଟାଲ ପଠାଯାଇଛି। ଦୟାନିଧିଙ୍କ ମୃତ୍ୟୁରେ ସ୍ତ୍ରୀ ଓ ୨ ଝିଅ ଅସହାୟ ହୋଇପଡିଛନ୍ତି। ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.