ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା ଆବଶ୍ୟକ । ଦୈନିକ ଟିକାକରଣ ଲକ୍ଷ୍ୟ ପୂରଣ ଦିଗରେ ସମସ୍ତ ଅଧିକାରୀ, କର୍ମଚାରୀ ପ୍ରଚେଷ୍ଟା କରିବା ଆବଶ୍ୟକ। ଏହି ଦିଗରେ ଗୁରୁତ୍ୱ ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ଦୋକାନୀମାନଙ୍କୁ ମଧ୍ୟ ଗୁରୁତ୍ୱ ଦିଆଯାଇ ଟିକା ପ୍ରଦାନ କରାଯିବ । ବ୍ୟବସାୟୀଗଣ ନିଜେ ଟିକା ଗ୍ରହଣ କରିବା ସହ ସେମାନଙ୍କ ଦୋକାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ଟିକା ନେବାକୁ ପରାମର୍ଶ ଦେବେ। ଏହାର ପ୍ରମାଣପତ୍ର ନିଜ ଦୋକାନ ସମ୍ମୁଖରେ ଦର୍ଶାଇବେ ଯେପରି ଗ୍ରାହକ ଦୋକାନୀ ଟିକା ନେଇଥିବା ଜାଣିପାରିବେ । ଯଦି ଦୋକାନୀ ଟିକା ଗ୍ରହଣ କରିଥିବା ପ୍ରମାଣ ପତ୍ର ନିଜ ଦୋକାନ ସମ୍ମୁଖରେ ଲଗାନ୍ତି ନାହିଁ ତେବେ ସେହି ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.