ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ମନ୍ଦିର ରକ୍ଷଣାବେକ୍ଷଣ ସଂକ୍ରାନ୍ତ ବାର୍ଷିକ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଗର୍ଭଗୃହ ସମେତ ପାର୍ଶ୍ୱ ଦେବଦେବୀ ମନ୍ଦିରର ମରାମତି ଓ ରକ୍ଷଣାବେକ୍ଷଣ ନିମନ୍ତେ ଏକ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରାଯିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍ କଟକଣା ମଧ୍ୟରେ ଗର୍ଭଗୃହ ଓ ପାର୍ଶ୍ୱ ଦେବଦେବୀଙ୍କ ମନ୍ଦିର ମରାମତି କାର୍ଯ୍ୟ କରାଯିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପ୍ରତ୍ନତତ୍ତ୍ବ ବିଭାଗର ଅଧିକାରୀମାନେ ମିଳିତ ଭାବେ ୫ବର୍ଷ ଲାଗି ଏକ ଯୋଜନା ପ୍ରସ୍ତୁତ କରିବେ। ଜୁଲାଇ ୧୨ରେ ଘୋଷଯାତ୍ରା। ଏହି ସମୟରେ ୯ଦିନ ଶ୍ରୀମନ୍ଦିରରେ ତିନିଦିଅଁ ରହିବେ ନାହିଁ। ତେଣୁ ଉକ୍ତ ସମୟରେ ଗର୍ଭଗୃହ ମରାମତି ସହ କେମିକାଲ ଫିଲିଂ ଓ ପଲିସିଂ କରାଯିବ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଅଧ୍ୟକ୍ଷତା କରିଥିଲେ। ପ୍ରତ୍ନତତ୍ତ୍ବ ବିଭାଗର ଅତିରିକ୍ତ ଡିଜି ଜନଓହ୍ବିଜ୍ ଶର୍ମା, ବିଜ୍ଞାନ ସଂରକ୍ଷଣ ବିଭାଗ ନିର୍ଦ୍ଦେଶକ ରାମ୍ଜୀ ନିଗମ, ଭାରତୀୟ ପ୍ରାଦ୍ୟୋଗିକ ପ୍ରତିଷ୍ଠାନର ପୂର୍ବତନ ପ୍ରଫେସର ଏ.ପି. ଗୁପ୍ତା, ବିଶେଷଜ୍ଞ ଡି.ପି. ମିଶ୍ର, ବିନ୍ଦେଶ୍ୱର ପାତ୍ର ଏବଂ ବି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ...
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର
ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍)...
ରଥଯାତ୍ରା ପରିଚାଳନା ପାଇଁ ଏସ୍ଓପି ପ୍ରସ୍ତୁତ ହେବ
ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ...
କୋଭିଡ୍ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍
କେସିଙ୍ଗା,୧୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ...
ଦେଶୀଧାନକୁ ଝୁରୁଛନ୍ତି ଚାଷୀ
କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ...


