ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ମନ୍ଦିର ରକ୍ଷଣାବେକ୍ଷଣ ସଂକ୍ରାନ୍ତ ବାର୍ଷିକ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଗର୍ଭଗୃହ ସମେତ ପାର୍ଶ୍ୱ ଦେବଦେବୀ ମନ୍ଦିରର ମରାମତି ଓ ରକ୍ଷଣାବେକ୍ଷଣ ନିମନ୍ତେ ଏକ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରାଯିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍ କଟକଣା ମଧ୍ୟରେ ଗର୍ଭଗୃହ ଓ ପାର୍ଶ୍ୱ ଦେବଦେବୀଙ୍କ ମନ୍ଦିର ମରାମତି କାର୍ଯ୍ୟ କରାଯିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପ୍ରତ୍ନତତ୍ତ୍ବ ବିଭାଗର ଅଧିକାରୀମାନେ ମିଳିତ ଭାବେ ୫ବର୍ଷ ଲାଗି ଏକ ଯୋଜନା ପ୍ରସ୍ତୁତ କରିବେ। ଜୁଲାଇ ୧୨ରେ ଘୋଷଯାତ୍ରା। ଏହି ସମୟରେ ୯ଦିନ ଶ୍ରୀମନ୍ଦିରରେ ତିନିଦିଅଁ ରହିବେ ନାହିଁ। ତେଣୁ ଉକ୍ତ ସମୟରେ ଗର୍ଭଗୃହ ମରାମତି ସହ କେମିକାଲ ଫିଲିଂ ଓ ପଲିସିଂ କରାଯିବ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଅଧ୍ୟକ୍ଷତା କରିଥିଲେ। ପ୍ରତ୍ନତତ୍ତ୍ବ ବିଭାଗର ଅତିରିକ୍ତ ଡିଜି ଜନଓହ୍ବିଜ୍ ଶର୍ମା, ବିଜ୍ଞାନ ସଂରକ୍ଷଣ ବିଭାଗ ନିର୍ଦ୍ଦେଶକ ରାମ୍ଜୀ ନିଗମ, ଭାରତୀୟ ପ୍ରାଦ୍ୟୋଗିକ ପ୍ରତିଷ୍ଠାନର ପୂର୍ବତନ ପ୍ରଫେସର ଏ.ପି. ଗୁପ୍ତା, ବିଶେଷଜ୍ଞ ଡି.ପି. ମିଶ୍ର, ବିନ୍ଦେଶ୍ୱର ପାତ୍ର ଏବଂ ବି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ଓ୍ବେବ୍ସାଇଟରେ ପ୍ରଭାବ ଏବଂ ପଇସା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...
ବିଦେଶରେ ମୟୂରଭଞ୍ଜ ଛତୁ
ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍ ଚାହିଦା ରହଛି।...
ସୁବର୍ଣ୍ଣପୁର ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ବିଳମ୍ବିତ
ସୋନପୁର,୨୬।୬(ନି.ପ୍ର.) – ସୁବର୍ଣ୍ଣପୁର ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ପାଣ୍ଠି ଥାଇ ମଧ୍ୟ କାମର ଅଗ୍ରଗତି ହେଉନି। ଏହି ପ୍ରକଳ୍ପ କାର୍ଯ୍ୟ କେବେ...
ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼
ଇତିହାସରେ ବର୍ଣ୍ଣିତ ଅଛି ଗଜପତି ନରସିଂହ ଦେବ ଲକ୍ଷ୍ମଣାବତୀ ଆକ୍ରମଣ କରିବା ପରେ ବଙ୍ଗ ନବାବ ତୁହ୍ମାନ ଖଁା ପ୍ରାଣରକ୍ଷା କରିବାକୁ ପଳାୟନ କରିଥିଲେ। ବାୟାଚକଡ଼ା...
ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍ଦେଇ କେବଳ...
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ...


