ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ମନ୍ଦିର ରକ୍ଷଣାବେକ୍ଷଣ ସଂକ୍ରାନ୍ତ ବାର୍ଷିକ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଗର୍ଭଗୃହ ସମେତ ପାର୍ଶ୍ୱ ଦେବଦେବୀ ମନ୍ଦିରର ମରାମତି ଓ ରକ୍ଷଣାବେକ୍ଷଣ ନିମନ୍ତେ ଏକ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରାଯିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍ କଟକଣା ମଧ୍ୟରେ ଗର୍ଭଗୃହ ଓ ପାର୍ଶ୍ୱ ଦେବଦେବୀଙ୍କ ମନ୍ଦିର ମରାମତି କାର୍ଯ୍ୟ କରାଯିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପ୍ରତ୍ନତତ୍ତ୍ବ ବିଭାଗର ଅଧିକାରୀମାନେ ମିଳିତ ଭାବେ ୫ବର୍ଷ ଲାଗି ଏକ ଯୋଜନା ପ୍ରସ୍ତୁତ କରିବେ। ଜୁଲାଇ ୧୨ରେ ଘୋଷଯାତ୍ରା। ଏହି ସମୟରେ ୯ଦିନ ଶ୍ରୀମନ୍ଦିରରେ ତିନିଦିଅଁ ରହିବେ ନାହିଁ। ତେଣୁ ଉକ୍ତ ସମୟରେ ଗର୍ଭଗୃହ ମରାମତି ସହ କେମିକାଲ ଫିଲିଂ ଓ ପଲିସିଂ କରାଯିବ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଅଧ୍ୟକ୍ଷତା କରିଥିଲେ। ପ୍ରତ୍ନତତ୍ତ୍ବ ବିଭାଗର ଅତିରିକ୍ତ ଡିଜି ଜନଓହ୍ବିଜ୍ ଶର୍ମା, ବିଜ୍ଞାନ ସଂରକ୍ଷଣ ବିଭାଗ ନିର୍ଦ୍ଦେଶକ ରାମ୍ଜୀ ନିଗମ, ଭାରତୀୟ ପ୍ରାଦ୍ୟୋଗିକ ପ୍ରତିଷ୍ଠାନର ପୂର୍ବତନ ପ୍ରଫେସର ଏ.ପି. ଗୁପ୍ତା, ବିଶେଷଜ୍ଞ ଡି.ପି. ମିଶ୍ର, ବିନ୍ଦେଶ୍ୱର ପାତ୍ର ଏବଂ ବି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.