ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା ବେଳେ ସେ ୫୩ ବଲରେ ଶତକ ପୂରଣ କରିଥିଲେ। ତାଙ୍କର ଅପରାଜିତ ଶତକ ଯୋଗୁ ଇସଲାମାବାଦ ଦଳ ୨୦ ଓଭରରେ ୨ ଉଇକେଟ୍ ହରାଇ ୨୪୭ ରନ ସଂଗ୍ରହ କରିଥିଲା। ପେଶୱାର ଦଳର ଅଧିନାୟକ ୱାହାବ ରିଆଜ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଖାୱାଜା ୫୬ ବଲ୍ରୁ ଅପରାଜିତ ଇନିଂସରେ ୧୩ ଚୌକା ଓ ୩ ଛକା ମାରିଥିଲେ। ଟେଷ୍ଟ ବ୍ୟାଟ୍ସମ୍ୟାନ ଭାବେ ଜଣାଶୁଣା ଉସମାନ ଖାୱାଜା ପିଏସଏଲ୍ରେ ଇସଲାମାବାଦର ଅଧିନାୟକତ୍ୱ ସମ୍ଭାଳିଛନ୍ତି। ଉସମାନ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ୪୪ ଟି ଟେଷ୍ଟ, ୪୦ଟି ଏକଦିବସୀୟ ଏବଂ ୯ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.