ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ। ମନ୍ତ୍ରୀ ଷଡ଼ଙ୍ଗୀଙ୍କ ସହିତ ବିଧାୟକ ବୁଡ଼ାନ ମୁର୍ମୁ ଓ ପ୍ରକାଶ ସୋରେନ ମଧ୍ୟ ପିପିଇ କିଟ ପିନ୍ଧି କୋଭିଡ ଆକ୍ରାନ୍ତମାନଙ୍କୁ ଭେଟିଥିଲେ। ପରେ ମନ୍ତ୍ରୀ ଷଡ଼ଙ୍ଗୀ କହିଥିଲେ, ଫଟୋ ଓ ଭିଡିଓ ଭାଇରାଲ ଘଟଣାରେ ଜିଲାପାଳ ଯେଉଁ ତଦନ୍ତ କରିଛନ୍ତି, ତାକୁ ମୁଁ ପୂର୍ଣ୍ଣାଙ୍ଗ ତଦନ୍ତ ବୋଲି ମାନି ପାରୁନାହିଁ। ଏଣୁ ଏହାକୁ ଆଉ ଟିକେ ଗଭୀରତାର ସହ ତଦନ୍ତ କରିବାକୁ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.