ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ ସେ ଟିକାର ପ୍ରଥମ ଡୋଜ୍ ନେଇଥିଲେ। ଏହି କାରଣରୁ ତାଙ୍କଠାରେ ଡେଲଟା ପ୍ଲସ୍ ଭାରିଆଣ୍ଟର କୌଣସି ଲକ୍ଷଣ ଦେଖାଯାଉ ନ ଥିଲା। ଏହା ଦର୍ଶାଉଛି ଡେଲଟା ପ୍ଲସ୍ ଭାରିଆଣ୍ଟ ଉପରେ ଟିକା କାମ ଦେଉଛି। ଏହା କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର।
ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତେବେ ତାଙ୍କ ସ୍ବସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏପିଡେମିଓଲୋଜି ଟିମ୍ ଦେବଗଡ଼ ଗସ୍ତ କରିଛି। ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା କେମିତି ରହିଛି, ସେ କାହା ସାଙ୍ଗରେ ମିଶିଥିଲେ, ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ, ସେମାନଙ୍କର ସ୍ବାସ୍ଥ୍ୟବସ୍ଥା କେମିତି ରହିଛି, ସେମାନେ ସମସ୍ତେ ଟିକା ନେଇଛନ୍ତି କି ନାହିଁ ସେ ନେଇ ଯାଞ୍ଚ କରାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.