ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳରେ। ନାୟକସାହି ଅଞ୍ଚଳର ଜଣେ ଯୁବକଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ଠିକା କର୍ମଚାରୀ ଏବଂ ତାଙ୍କ ସହଯୋଗୀ ଏକ ରଶିରେ ବାନ୍ଧି ଘୋଷାରି ଘୋଷାରି ପିଟିଛନ୍ତି। ପ୍ରଥମେ ବଡ଼ବଜାର ପାଖରେ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ତାଙ୍କୁ ପିଟିଥିଲେ। ପରେ ଖୁଣ୍ଟରୁ ଖୋଲି ରାସ୍ତାରେ ପିଟି ପିଟି ତାଙ୍କୁ ଥାନା ଯାଏ ନେଇଥିଲେ। ଶତାଧିକ ଲୋକଙ୍କ ଆଖି ଆଗରେ ଏହି ଘଟଣା ଘଟିଥିଲେ ମଧ୍ୟ ସମ୍ପୃକ୍ତ ମହିଳାଙ୍କ ଉଗ୍ର ରୂପ ଦେଖି ଅଟକାଇବାକୁ କେହି ସାହସ କରି ନ ଥିଲେ।
ପ୍ରକାଶ ଯେ, ମାଡ଼ ଖାଇଥିବା ଯୁବକ ଜଣଙ୍କ ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ କୌଶଳ କ୍ରମେ ଏଟିଏମ୍ କାର୍ଡରେ ଟଙ୍କା ଉଠାଇ ନେଇଛନ୍ତି। ଏ ସମ୍ପର୍କରେ ମହିଳା କର୍ମଚାରୀ ଥାନାରେ ଏତଲା ଦେବା ପରେ ପୋଲିସ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କୁ କୋର୍ଟ ଚାଲାଣ ପରେ ଏହି ଭିଡିଓ ଭାଇରାଲ ହେଉଛି। ଏ ନେଇ ଧାମନଗର ଥାନା ଅଧିକାରୀ ପ୍ରଦୀପ ମହନ୍ତଙ୍କୁ ପଚାରିବାରୁ କହିଛନ୍ତି, ଉକ୍ତ ଯୁବକଙ୍କୁ ଟଙ୍କା ଚୋରି ଅଭିଯୋଗରେ ଗିରଫ କରାଯାଇଛି। ଥାନାରେ ମାମଲା (ନଂ. ୧୭୦/୨୧) ରୁଜୁ ହୋଇଛି। ହେଲେ ମାଡ଼ ମରାଯାଇଥିବା ନେଇ କୌଣସି ଅଭିଯୋଗ ଆସିନାହିଁ। ଭିଡିଓ ଭାଇରାଲ ଘଟଣାରେ ଆବଶ୍ୟକ ପଡ଼ିଲେ ମାମଲା ରୁଜୁ ହୋଇ ତଦନ୍ତ କରାଯିବ।
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All
ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ
ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା...
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...
ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ...
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ ।...
ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...


