ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର ପଛପଟେ ଆସି ୨୦ ଭରି ସୁନା, ୧୦ ଭରି ରୁପା ଏବଂ ୧୫ ହଜାର ଟଙ୍କା ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି । ଏପରିକି ଚୋରମାନେ ଫ୍ରିଜରେ ଥିବା ପାଣି ବୋତଲ ଆଣି ପିଇବା ସହ ବିଭିନ୍ନ କାଗଜପତ୍ର ସହ ଦୁଇଟି ଭ୍ୟାନିଟି ବ୍ୟାଗ ନେଇ ବାଡ଼ି ପଟେ ଭିଙ୍ଗି ଦେଇ ଚାଲିଯାଇଛନ୍ତି। ସକାଳୁ ଉଠି ପରିବାର ଲୋକ ଏହା ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଗଞ୍ଜାମ ଅତିରିକ୍ତ ଏସ୍ପି ଠାକୁର ପ୍ରସାଦ ପାତ୍ର, ଏସ୍ଡିପିଓ ଗୈାତମ କିଷାନ, ଗଞ୍ଜାମ ଓ ଛତ୍ରପୁର ଥାନା ଅଧିକାରୀ, ସାଇଣ୍ଟିଫିକ୍ ଟିମ ଓ ସନ୍ଧାନୀ କୁକୁର ପହଞ୍ଚି ଖୋଲତାଡ ଆରମ୍ଭ କରିଛନ୍ତି । ପୋଲିସ ବିଭିନ୍ନ ସ୍ଥାନରୁ ସିସି ଟିଭି ଫୁଟେଜ ମଧ୍ୟ ଯାଞ୍ଚ କରୁଛି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.