ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ ଜିଲାରେ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ପୂର୍ବରୁ ହୋଇଥିବା ସେରୋ ସର୍ଭେରେ ଏହି ୩ଟି ଜିଲା ସାମିଲ ଥିଲା। ଚତୁର୍ଥ ସେରୋ ସର୍ଭେରେ ୬ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏଥିପାଇଁ ଡିଜି ଆଇସିଏମ୍ଆର ସ୍ବୀକୃତି ଦେଇସାରିଛନ୍ତି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ଭୁବନେଶ୍ୱର ପକ୍ଷରୁ ସର୍ଭେ ପାଇଁ ପ୍ରସ୍ତୁତି ସରିଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍ଏମ୍ଆର୍ସି ଲକ୍ଷ୍ୟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାଶନାଲ ସେରୋ ସର୍ଭେ କରାଯିବ ବୋଲି ସଂଘମିତ୍ରା କହିଛନ୍ତି।
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...
ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ
ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ...
ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍
ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ...
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...


