ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ ସମେତ ୫ଟି ପିଟିଶନ ହାଇକୋର୍ଟରେ ଦାୟର ହୋଇଥିଲା। ଆବେଦନକାରୀ କରୋନା କଟକଣା ଭିତରେ ରଥଯାତ୍ରା ନେଇ ଅନୁମତି ଦେବାକୁ ଦର୍ଶାଇଥିଲେ।

ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁସାରେ କେବଳ ପୁରୀରେ ରଥଯାତ୍ରା ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ କେବଳ ପୁରୀର ବିନା ଭକ୍ତରେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇଛି । କରୋନା କଟକଣା ଭିତରେ ସମସ୍ତ ଆୟୋଜନ ହେବ।

କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମକର୍ତ୍ତାଙ୍କୁ ନେଇ ରଥଯାତ୍ରାକୁ ଅନୁମତି ମିଳିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.