ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୋମବାର ଅନୁମୋଦନ କରିଛନ୍ତି। ରାଜ୍ୟର ୪ଟି ଜିଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକ୍ଟର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ। ପ୍ରତି କ୍ଲଷ୍ଟରରେ ୧୦୦୦ ହେକ୍ଟର ଚାଷ ଜମିରେ ଫସଲର ବିବିଧୀକରଣ କରାଯାଇ ଚାଷ କରାଯିବ। ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫ୍ ଋତୁରେ ଫସଲର ବିବିଧୀକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟ ସରକାର କୃଷକଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବିଧୀକରଣ ଉପରେ ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଅଣଧାନ ଚାଷ ଯଥା ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି।
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
ପ୍ରାଣୀ ଚିକିତ୍ସା ଦିଗରେ ପଦକ୍ଷେପ ନାହିଁ
ଖମାର,୧୮ା୬ ଚାଷୀଙ୍କ ପକେଟକୁ ଅଧିକ ଅର୍ଥ ଦେବାକୁ ପ୍ରାଣୀଧନ ପାଳନ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି ସରକାର। ଏଥିପାଇଁ ବିଭିନ୍ନ ଯୋଜନା କରାଯାଇଛି। ବ୍ୟାଙ୍କ ମାଧ୍ୟମରେ କମ୍...
ରଥରେ ଲାଗିଲା ଅଖ
ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...
ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍ କମ୍ ଦେଖାଯାଏ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...


