ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର ବିଶାଲ ସିଂ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ଦେବସ୍ନାନ ମଣ୍ଡପ ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପୋଲିସ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। କୋଭିଡ୍ କଟକଣା ଥିବାରୁ ଦେବସ୍ନାନ ପୂର୍ଣ୍ଣମାରେ ପୁରୀ ସହରରେ ୧୪୪ ଧାରା ସହ କର୍ଫ୍ୟୁ ଜାରି କରାଯିବାର ସମ୍ଭାବନା ରହିଛି। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଏସ୍ପି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ନିକଟକୁ ଭକ୍ତମାନେ ଯେପରି ନ ଆସିପାରିବେ ସେଥିଲାଗି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ସାହିଗୁଡ଼ିିକୁ ବ୍ୟାରିକେଡିଂ କରାଯିବ। ତେବେ ଜରୁରିକାଳୀନ ସେବା ସକାଶେ ଲୋକଙ୍କୁ ଛଡ଼ାଯିବ। ଯେପରି ଜନସାଧାରଣଙ୍କ ଅସୁବିଧା ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ସୁରକ୍ଷା ଦୃଷ୍ଟିରୁ ବଡ଼ଦାଣ୍ଡକୁ ୮ରୁ ୯ଟି ଜୋନ୍ରେ ବିଭକ୍ତ କରାଯିବ। ପୁରୀ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଗୁଡ଼ିକୁ ସିଲ କରାଯିବ। ତେବେ ନୂତନ ଏସ୍ଓପି ଜାରି ହେବା ପରେ ଏ ସଂକ୍ରାନ୍ତରେ ପୋଲିସ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍ପି କହିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଉପରେ...
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣକୁ ପ୍ରାଧାନ୍ୟ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍
ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍ ସୋମବାର ଅପରାହ୍ନ ପ୍ରାୟ...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍ ଗଲେ ଦେଢ଼ଶୁର
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।...
ପଥର ମାଫିଆଙ୍କୁ ସୁହାଉଛି ଲକ୍ଡାଉନ୍
ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍ଡାଉନ ଓ ଶଟ୍ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...


