ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର ବିଶାଲ ସିଂ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ଦେବସ୍ନାନ ମଣ୍ଡପ ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପୋଲିସ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। କୋଭିଡ୍‌ କଟକଣା ଥିବାରୁ ଦେବସ୍ନାନ ପୂର୍ଣ୍ଣମାରେ ପୁରୀ ସହରରେ ୧୪୪ ଧାରା ସହ କର୍ଫ୍ୟୁ ଜାରି କରାଯିବାର ସମ୍ଭାବନା ରହିଛି। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ନିକଟକୁ ଭକ୍ତମାନେ ଯେପରି ନ ଆସିପାରିବେ ସେଥିଲାଗି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ସାହିଗୁଡ଼ିିକୁ ବ୍ୟାରିକେଡିଂ କରାଯିବ। ତେବେ ଜରୁରିକାଳୀନ ସେବା ସକାଶେ ଲୋକଙ୍କୁ ଛଡ଼ାଯିବ। ଯେପରି ଜନସାଧାରଣଙ୍କ ଅସୁବିଧା ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ସୁରକ୍ଷା ଦୃଷ୍ଟିରୁ ବଡ଼ଦାଣ୍ଡକୁ ୮ରୁ ୯ଟି ଜୋନ୍‌ରେ ବିଭକ୍ତ କରାଯିବ। ପୁରୀ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଗୁଡ଼ିକୁ ସିଲ କରାଯିବ। ତେବେ ନୂତନ ଏସ୍‌ଓପି ଜାରି ହେବା ପରେ ଏ ସଂକ୍ରାନ୍ତରେ ପୋଲିସ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍‌ପି କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.