ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବାଲିଗୁଡ଼ା ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପ୍ରବଳ ପବନ ବର୍ଷା ହୋଇଥିଲା। ବାଲିଗୁଡ଼ା ଥାନା ବାରଖମା ଫାଣ୍ଡି ନିକଟରେ ଚରୁଥିବା କିଛି ଗୋରୁ ବର୍ଷା ଦାଉରୁ ରକ୍ଷା ପାଇବା ପାଇଁ ଗଛମୂଳରେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଘଟିବାରୁ ସେଠାରେ ଥିବା ୬ଟି ଗୋରୁ ପ୍ରାଣ ହରାଇଥିବା ଜଣାପଡ଼ିଛି। ଏଥି ପ୍ରତି ସ୍ଥାନୀୟ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ଗୋରୁ ପାଳନ କରୁଥିବା ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି l
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.