ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାଜ୍ୟର ୫୦ ଜଣ ତୁଙ୍ଗ ନେତାଙ୍କୁ ଫୋନ୍ କରି ସେମାନଙ୍କର ଟିକଟ କନଫର୍ମ ଥିବା କହିଛନ୍ତି। ଏହା ସହିତ ନିର୍ବାଚନ ଲାଗି ପ୍ରସ୍ତୁତି କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଚଳିତ ୨୦୨୧ ବର୍ଷ ଅଗଷ୍ଟ ସୁଦ୍ଧା ରାଜ୍ୟରେ ୨୦୦ ଜଣ ପ୍ରାର୍ଥୀଙ୍କ ତାଲିକା ଫାଇନାଲ୍ କରିବା ଳାଗି କଂଗ୍ରେସ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ଏନେଇ ହାଇକମାଣ୍ଡଙ୍କ ନିର୍ଦ୍ଦେଶକ୍ରମେ ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ ବିଭିନ୍ନ ଜୋନ୍ରେ ବୈଠକ କରି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପ୍ରିୟଙ୍କାଙ୍କ ଫୋନ୍କୁ ନେଇ ରାଜ୍ୟ ରାଜନୀତିରେ ବିଧାନସଭା ନିର୍ବାଚନ ପୂର୍ବରୁ ଉଷ୍ଣତା ବଢ଼ିବାରେ ଲାଗିଛି।
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...
ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ
ଚେନ୍ନାଇ,୧୪।୬: ଏଆଇଡିଏମ୍କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...
ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ
ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି।...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍ ଦିଆଯିବା ନେଇ ସରକାର...
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ
ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...


