ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ ସିଂହର ମୃତ୍ୟୁ ଘଟିଛି। ଜୁଲୋଜିକାଲ ପାର୍କର ସଫାରି ଏରିଆରେ ରଖାଯାଇଥିବା ଏହି ସିଂହଟି ଗୁରୁବାର ସନ୍ଧ୍ୟା ୬ଟା ୧୫ରେ ଆଖି ବୁଜିଦେଇଥିଲା ବୋଲି ଶୁକ୍ରବାର ଏକ ପ୍ରେସ୍ ରିଲିଜ୍ରେ କୁହାଯାଇଛି। ସେହିପରି ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଥିବା ଭଗବାନ ବିର୍ସା ମୁଣ୍ଡା ବାୟୋଲୋଜିକାଲ ପାର୍କରେ ୧୦ ବର୍ଷର ଅଣ୍ଡିରା ବାଘ ‘ଶିବା’ ମଧ୍ୟ ଗୁରୁବାର ରାତିରେ କୋଭିଡ୍-୧୯ରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ଶିବାକୁ ୨୦୧୪ରେ ବେଙ୍ଗାଲୁରୁରୁ ଉକ୍ତ ଚିଡ଼ିଆଖାନାକୁ ଅଣାଯାଇଥିଲା। ଗତ ୪ ଦିନ ଧରି ବାଘଟି ଜ୍ୱର ଓ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲା ବୋଲି ଜୁ’ର ପ୍ରାଣୀ ଚିକିତ୍ସକ ଡ. ଓମ୍ ପ୍ରକାଶ ସାହୁ ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.