ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର ପୋଛା ଶେଷ ହୋଇଥିବା ବେଳେ ୧୦୮ ସୁବାସିତ ଗରା ଜଳରେ ସ୍ନାନ କରିବେ ଶ୍ରୀଜିଉ। ଚଳିତ ଥର ମଧ୍ୟ କରୋନା କଟକଣା ପାଇଁ ବିନା ଭକ୍ତରେ ହେଉଛି ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ, ତା’ପରେ ବଡ଼ ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୀତି ର୍ନିଘଣ୍ଟ ଅନୁସାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତିକାନ୍ତି ଚାଲିଛି। ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଭିତରେ ଜଳବିଜେ ସହ ସମ୍ପନ୍ନ ହେବ ସ୍ନାନ ବିଧି। ସାଢ଼େ ୧୦ଟାରେ ଛେରା ପହଁରା ପାଇଁ ସମୟ ଧାର୍ଯ୍ୟ ହୋଇଛି। ତେବେ ଗତବର୍ଷ ଭଳି ଏଥର ବି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଛେରାପହଁରା ପାଇଁ ଗଜପତି ମହାରାଜା ଆସିବେନି। ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ କରିବେ ଛେରାପହଁରା ନୀତି।ଏହାପରେ ମଧ୍ୟାହ୍ନ ୧୧ଟାରୁ ୧୨ଟା ଭିତରେ ଅନୁଷ୍ଠିତ ହେବ ଠାକୁରଙ୍କ ହାତୀବେଶ ଓ ସନ୍ଧ୍ୟା ୫ଟାରୁ ୮ଟା ଭିତରେ ବାହୁଡ଼ା ପହଣ୍ଡି କରାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.