ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ସଭାପତିଙ୍କୁ ତଦନ୍ତ ସମୟରେ ଉପସ୍ଥିତ ରହିବାକୁ ସୂଚିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ହୋଇଥିବା ମାମଲା(ନଂ.୧୪୯/ ୨୦୧୭/ଇଜେଡ) ଉପରେ ଗତ ୧୫ା୬ା୨୦୨୧ ନିର୍ଦ୍ଦେଶ ଅନୁସାରେ ଏହି ତଦନ୍ତ କରାଯାଉଛି ବୋଲି ଏସ୍ପିସିବି ପକ୍ଷରୁ ସଦସ୍ୟ ସଚିବ ତାଙ୍କ ପତ୍ରରେ ଦର୍ଶାଇଛନ୍ତି। ତେବେ ଧରିତ୍ରୀରେ ଗତ ୨୨ ତାରିଖରେ ସବିଶେଷ ତଥ୍ୟ ସହ ‘ବିଆର୍ପିଏଲ୍: ଟୋପାଏ ପ୍ରଦୂଷଣ’ ଶୀର୍ଷକ ଖବର ପ୍ରକାଶ ପାଇବା ପରେ ଏସ୍ପିସିବି ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଏସ୍ପିସିବି ପକ୍ଷରୁ ନିରପେକ୍ଷ ଏବଂ ସ୍ବଚ୍ଛ ଭାବେ ଏହି ତଦନ୍ତ କରାଯାଇ ଏନ୍ଜିଟିରେ ରିପୋର୍ଟ ଦାଖଲ ହେବ ବୋଲି ସମିତି ଆଶା ପ୍ରକାଶ କରିଛି। ଏସ୍ପିସିବିର ପରିବେଶବିତ୍ ହିରଣ୍ୟ କୁମାର ନାୟକ ଓ କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରା ଏହି ତଦନ୍ତ କରିବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ତଦନ୍ତକୁ ବାଟବଣା କରିବାକୁ ବିଆର୍ପିଏଲ୍ କର୍ତ୍ତୃପକ୍ଷ ସବୁପ୍ରକାର ପ୍ରସ୍ତୁତି ଚଳାଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଏସ୍ପିସିବିର ଆଞ୍ଚଳିକ ଅଧିକାରୀ କହିଛନ୍ତି ଯେ, ତଦନ୍ତ ନିରପେକ୍ଷ ଭାବେ କରାଯିବ। ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ରିପୋର୍ଟ ପ୍ରସ୍ତୁତ କରାଯାଇ ଏନ୍ଜିଟିରେ ଦାଖଲ ହେବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.