ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ତେବେ ଏହି ସବୁ ପଦବୀ ପାଇଁ ଏଥର କିନ୍ନରମାନେ ମଧ୍ୟ ଆବେଦନ କରିପାରିବେ ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତିି। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୨୨ଠାରୁ ଜୁଲାଇ ୧୫ତାରିଖ ମଧ୍ୟରେ ଇଚ୍ଛୁକ ପ୍ରାର୍ଥୀମାନେ ଅନ୍ଲାଇନ ଜରିଆରେ ଆବେଦନ କରିପାରିବେ। ଯେଉଁମାନେ ଏସ୍ଆଇ ପଦବୀ ପାଇଁ ଆବେଦନ କରିବେ ସେମାନଙ୍କ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍ ହୋଇଥିବ ଓ ୨୦୨୧ ଜାନୁୟାରୀ ୧ତାରିଖ ସୁଦ୍ଧା ସେମାନଙ୍କ ବୟସ ୨୧ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ତେବେ ଅନୁସୂଚିତ ଜାତି/ଜନଜାତି, ଏସ୍ଇବିସି ଓ ମହିଳାଙ୍କ ପାଇଁ ବୟସ ସୀମାକୁ ୫ବର୍ଷ କୋହଳ କରାଯାଇଛି। ଏଥର ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଥିବା ଡିଜି କହିଛନ୍ତି। ଗୋଟିଏ ଲିଖିତ ପରୀକ୍ଷା ହେବ ଓ ସେଥିରେ ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ ରହିବ। ସେହିପରି କମ୍ୟୁନିକେଶନ କନଷ୍ଟେବଳ ପାଇଁ ଆବେଦନ କରିବାକୁ ଥିବା ପ୍ରାର୍ଥୀଙ୍କ ବୟସ ୨୦୨୧ ଜାନୁୟାରୀ ୧ ତାରିଖ ସୁଦ୍ଧା ବୟସ ୧୮ରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ା କମ୍ୟୁନିକେଶନ କନଷ୍ଟେବଳ ପଦବୀ ପାଇଁ ପ୍ରାର୍ଥୀଙ୍କ ସର୍ବନିମ୍ନ ଯୋଗ୍ୟତା ଯୁକ୍ତ ୨ ପାସ୍ ରହିଥିବ ଏବଂ ରାଜ୍ୟ ସରକାରଙ୍କ ଯେ କୌଣସି ସ୍ବୀକୃପ୍ତିପ୍ରାପ୍ତ ଅନୁଷ୍ଠାନରୁ କମ୍ପ୍ୟୁଟର ଆପ୍ଲିକେଶନରେ ଡିପ୍ଲୋମା କରିଥିବା ଆବଶ୍ୟକ। ଏଥିସହ ସେମାନଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ପଡ଼ିବ ବୋଲି ଡିଜିପି ଅଭୟ ସୂଚନା ଦେଇଛନ୍ତି। ଓଡ଼ିଶା ପୋଲିସରେ ଯୋଗଦେଇ ସମାଜର ସେବା କରିବାକୁ ଆଗେଇ ଆସିବା ପାଇଁ ଡିଜି ଯୁବବର୍ଗଙ୍କୁ ଆହ୍ବାନ ଦେଇଛନ୍ତି। ଓଡ଼ିଶା ପୋଲିସ ସେବାରେ ପ୍ରଥମ ଥର ପାଇଁ କିନ୍ନରମାନଙ୍କୁ ଆବେଦନ କରିବାକୁ ସୁଯୋଗ ମିଳିଥିବାରୁ କିନ୍ନର ସମାଜ ବେଶ୍ ଉସତ୍ାହିତ ଅଛନ୍ତି।
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...
ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର’
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର (ଏନ୍ଏଚ୍ସିଭିସି) କରିବାକୁ କେନ୍ଦ୍ର...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...
ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି
ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...
ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...


