E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବଲାଙ୍ଗୀର, ରାଜ୍ୟ

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
8:49 pmJune 2, 2021

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା। ଝିଅ ମିନାକ୍ଷୀଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ନାରାୟଣ ବେହେରା ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୃତଦେହ ନିକଟରୁ ଏକ ସୁଇସାଇଡାଲ ନୋଟ ମିଳିଛି। ଏଥିରେ ଅନ୍ୟ ଜଣେ ଯୁବତୀଙ୍କ ନାମ ଉଲ୍ଲେଖ ରହିଛି। ତ୍ରିକୋଣୀୟ ପ୍ରେମରୁ ଏପରି ଘଟଣା ଘଟି ଥାଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ଆଇଆଇସି ରମାକାନ୍ତ ଜେନା କହିଛନ୍ତି।

ସୂଚନା ଅନୁଯାୟୀ, ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସେମେଲମୁଣ୍ଡା ଗାଁର ମିନାକ୍ଷୀ କୁଶଙ୍ଗ କଲେଜରେ ଯୁକ୍ତ ୩ର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସକମା ଗ୍ରାମର କିଶୋର ପୋଢଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ୨୦୨୦ ଅକ୍ଟୋବର ୨୦ରେ ମିନାକ୍ଷୀ ଆଧାର କାର୍ଡ ସଂଶୋଧନ କରିବାକୁ ଯାଉଛି କହି ଘରୁ ଆସିଥିଲେ। ଏହାପରେ ସେ ଆଉ ଘରକୁ ଫେରି ନ ଥିଲେ। କିଶୋର ତାଙ୍କ ଝିଅକୁ ନେଇ ଫେରାର ହୋଇଥିବା ଦର୍ଶାଇ ନାରାୟଣ ଲୋଇସିଂହା ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ଏକ ମାମଲା(ନଂ.୨୮୮/୨୧) ରୁଜୁ କରିଥିଲା। ୨୦୨୧ ମାର୍ଚ୍ଚ ୨ରେ ଉଭୟ ପରିବାର ପକ୍ଷରୁ ଥାନାରେ ହୋଇଥିବା ଚୁକ୍ତିନାମା ଅନୁସାରେ ମିନାକ୍ଷୀ ଓ କିଶୋର ସ୍ବାମୀ ସ୍ତ୍ରୀ ହିସାବରେ ରହିବାକୁ ସ୍ଥିର ହୋଇଥିଲା। ସେଦିନରୁ ଉଭୟ ଲୋଇସିଂହା ମଣ୍ଟୁ କଲୋନୀରେ ରହୁଥିଲେ। ବୁଧବାର ସକାଳେ କିଶୋର ଲୋଇସିଂହା ଥାନାକୁ ଯାଇ ମିନାକ୍ଷୀ ବିଷପିଇ ଆତ୍ମହତ୍ୟା କରିଥିବା ଜଣାଇଥିଲେ। ଖବର ପାଇ ପୋଲିସ ଓ ମିନାକ୍ଷୀଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘର ଚଟଣାରେ ମୃତଦେହ ପଡିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଝିଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ମିନାକ୍ଷୀ ସକାଳେ ସୁସ୍ଥ ଥିଲେ ଓ ତାକୁ ନିଜେ ରାଶନ ସାମଗ୍ରୀ ଦେଇ ଫେରିଥିବା ନାରାୟଣ କହିଥିଲେ। ଏହି ଘଟଣାରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଥିବା ସେ ଅଭିଯୋଗ କରିଛନ୍ତି। ଡିଏସ୍‌ପି ଅମୃତ କୁମାର ପଣ୍ଡା, ଆଇଆଇସି ରମାକାନ୍ତ ଜେନା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏ ନେଇ ଥାନାରେ ଦଫା ୩୦୨, ୪୯୮(ଏ), ୩୦୪(ବି)ରେ ଏକ ମାମଲା (ନଂ.୧୪୮/୨୧) ରୁଜୁ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବଲାଙ୍ଗୀର, ରାଜ୍ୟ View All

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫)...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...

ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

ଦିଗପହଣ୍ଡି,୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...

ଦଦରା ଘରେ ଡାକ୍ତରଖାନା

ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି।...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
Next Post Next post:
ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts