ଦିଗପହଣ୍ଡି,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍ ମଧ୍ୟରେ ଥିବା ଗଜପତି ଜିଲା ମୋହନା ଥାନା କୁଟିଗୁଡ଼ା ଗ୍ରାମର ଆଶ୍ୱାସନା ନାୟକ ଏବଂ ଅଡବା ଗ୍ରାମର ଆକାଶ ଉଠାଣ ସିଂ ମାଉସୀ, ପୁତୁରା ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ଆହତ ଆଶ୍ୱାସନାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ବେଳେ ଆକାଶ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବାସହ ଦୁର୍ଘଟଣାଗ୍ରସ୍ତ କାର୍ ୨ଟିକୁ ଜବତ କରି ମୋକଦ୍ଦମା ରୁଜୁ କରିଛନ୍ତି। କାର୍ ନଂ. ଓଏଏଫ୍ ୬୩୩୨ ଅଡ଼ବା ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ କାର୍ ନଂ. ଓଆର ୦୨ – ବିଭି ୩୪୩୬ ବ୍ରହ୍ମପୁରରୁ ପୋଡ଼ାମାରୀ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ଉଭୟ କାର୍ ଓଭରଟେକ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.