ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ ବଞ୍ଚାଇଛନ୍ତି। କରୋନା ସଂକ୍ରମିତ ୭ ମାସର ଗର୍ଭବତୀଙ୍କୁ କୋରାପୁଟରୁ ଭୁବନେଶ୍ୱରର ଆମ୍ରି ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି। ବର୍ତ୍ତମାନ ଉଭୟ ମହିଳା ଓ ଶିଶୁର ଅବସ୍ଥା ସ୍ଥିର ଥିବା ଜଣାପଡିଛି। ସୂଚନାଯୋଗ୍ୟ, କୋରାପୁଟର ବିଶ୍ୱ କଲ୍ୟାଣୀ ସାମଲ ଗର୍ଭବତୀ ଅବସ୍ଥାରେ ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସମସ୍ୟା ଦେଖାଦେବାରୁ ତାଙ୍କୁ କୋରାପୁଟର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଆହୁରି ଖରାପ ହେବା ସହ ଅକ୍ସିଜେନ ମାତ୍ରା କମିବାରେ ଲାଗିଥିଲା। ଏ ନେଇ କଲ୍ୟାଣୀଙ୍କ ସମ୍ପର୍କୀୟ ସବ୍ୟସାଚୀଙ୍କୁ ଟୁଇଟ୍ କରି ସହଯୋଗ ଲୋଡ଼ିଥିଲେ। ଏହାପରେ ସବ୍ୟସାଚୀ କୋରାପୁଟ ଜିଲା ପ୍ରଶାସନକୁ ଅବଗତ କରାଇବା ପରେ ତାଙ୍କ ପାଇଁ ପ୍ରଶାସନ ପକ୍ଷରୁ ଆମ୍ବୁଲାନ୍ସ ଯୋଗାଡ଼ କରାଯାଇଥିଲା। ସବ୍ୟସାଚୀଙ୍କ ଅନୁଷ୍ଠାନ ‘ସ୍ମାଇଲ୍ ପ୍ଲିଜ୍’ର ଭଲ୍ୟୁଣ୍ଟର ବାସୁଦେବଙ୍କ ସହାୟତାରେ ରବିବାର ରାତିରେ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା। ବାଟ ସାରା ଡା. ଅମ୍ରିତ ପାଟ୍ଟଜୋଷୀ, ଡା. ଦେବାଶିଷ ରାୟ ଓ ଡା. ଶୁଭେନ୍ଦୁ ମିଶ୍ର ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଥିଲେ। ସୋମବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ତାଙ୍କୁ ଆମ୍ରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଡା. ଶରତ ଚନ୍ଦ୍ର ବେହେରା, ଡା. ହରପ୍ରିତ୍ କୌର ଓ ଡା. ଓମ୍ ପ୍ରତୀକ ସାହୁ ତାଙ୍କର ଚିକିତ୍ସା କରୁଛନ୍ତି। ଏ ନେଇ ସବ୍ୟସାଚୀ କୋରାପୁଟ ଜିଲାପାଳଙ୍କ ସମେତ ସମସ୍ତ ଡାକ୍ତରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ମା’ ଓ ଶିଶୁଙ୍କ ଆରୋଗ୍ୟ କାମନା କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.