E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଅନ୍‌ଲକ୍‌ ଅଙ୍କକଷା
8:49 amJune 15, 2021

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସରୁଛି। ହେଲେ ଏହା ପୂର୍ବରୁ ଅନ୍‌ଲକ୍‌କୁ ନେଇ କିଛିଦିନ ହେବ ଚର୍ଚ୍ଚା ଲାଗି ରହିଛି। ଇତିମଧ୍ୟରେ ଦିଲ୍ଲୀ, ମୁମ୍ବାଇରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ପଶ୍ଚିମବଙ୍ଗ ସରକାର ମଧ୍ୟ ଦୋକାନ ବଜାର ଖୋଲିବାକୁ ଅନୁମତି ଦେଇସାରିଲେଣି। ତେଣୁ ଅନ୍‌ଲକ୍‌କୁ ନେଇ ସରକାରୀ ଘୋଷଣାକୁ ଓଡ଼ିଶାବାସୀ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି। ଏବେ ରାଜ୍ୟରେ ସଂକ୍ରମଣ ହାର ୭ ପ୍ରତିଶତ ତଳକୁ ଖସି ଆସିଥିବାବେଳେ କେତେକ ଜିଲାରେ ୫ ପ୍ରତିଶତରୁ କମ୍‌ ରହିଛି। କେଉଁ କେଉଁ ଜିଲାରେ ଅନ୍‌ଲକ୍‌ ପ୍ରକ୍ରିୟା ଲାଗୁ ହେବ ସେନେଇ ସରକାରୀ ସ୍ତରରେ ବିଚାରବିମର୍ଶ ଚାଲିଛି। ଯେଉଁ ଜିଲାରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଚିନ୍ତା କରୁଥିବା ନିକଟରେ ମୁଖ୍ୟମନ୍ତ୍ରୀ ମଧ୍ୟ କହିଥିଲେ। ତେବେ କ’ଣ ରହିବ ସରକାରଙ୍କ ଅନ୍‌ଲକ୍‌ ପ୍ରକ୍ରିୟାର ଆଭିମୁଖ୍ୟ, ତାହା ଉପରେ ଏବେ ସମସ୍ତଙ୍କ ନଜର। କେଉଁ ଜିଲାରେ କଟକଣା ବଳବତ୍ତର ରହିବ ଓ କେଉଁଠି କୋହଳ ହେବ ସେ ନେଇ ଅଙ୍କକଷା ଆରମ୍ଭ ହୋଇଛି।
ସରକାରଙ୍କ କୋଭିଡ୍‌ ତଥ୍ୟ ଅନୁସାରେ, ରବିବାର ରାଜ୍ୟରେ ସଂକ୍ରମଣ ହାର ୬.୩୩%କୁ ଖସି ଆସିଛି। ଯେଉଁ ଜିଲାରେ ସଂକ୍ରମଣ ହାର ୫% ତଳକୁ ରହିଛି ସେସବୁ ସ୍ଥାନରେ କଟକଣା କୋହଳ ହେବ ବୋଲି ଶୁଣିବାକୁ ମିଳୁଛି। ତେଣୁ ବର୍ତ୍ତମାନ ୧୪ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ଝାରସୁଗୁଡ଼ାରେ ସର୍ବନିମ୍ନ ସଂକ୍ରମଣ ହାର ୦.୫% ଥିବାବେଳେ ନୂଆପଡ଼ା ୧.୧୫, ଗଞ୍ଜାମ ୧.୨, ସମ୍ବଲପୁର ୧.୬୭, ବଲାଙ୍ଗୀର ୨.୨୩, ବରଗଡ଼ ୨.୮୩, ସୋନପୁର ୩.୧୧, କନ୍ଧମାଳ ୩.୬୮, ଗଜପତି ୩.୮୯, ସୁନ୍ଦରଗଡ଼ ୩.୯୩, କଳାହାଣ୍ଡି ୪.୧୩, ନବରଙ୍ଗପୁର ୪.୨୮, ମାଲକାନଗିରି ୪.୫, ଅନୁଗୋଳ ୪.୭୪% ରହିଛି। ତେଣୁ ଏସବୁ ଜିଲାରେ ପ୍ରଥମ ପର୍ଯ୍ୟାୟରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହେବା ସମ୍ଭାବନା ଅଧିକ ରହିଛି। ସେହିପରି ୧୧ ଜିଲାରେ ୧୦% ତଳେ ସଂକ୍ରମଣ ହାର ରହିଛି। ଏସବୁ ଜିଲା ମଧ୍ୟରେ ବାଲେଶ୍ୱରରେ ୯.୪୨, ଭଦ୍ରକ ୭.୩୫, ବୌଦ୍ଧ ୮.୬୩, ଦେବଗଡ଼ ୬.୩୭, ଢେଙ୍କାନାଳ ୭.୨୧, ଜଗତ୍‌ସିଂହପୁର ୭.୯୫, କେନ୍ଦ୍ରାପଡ଼ା ୫.୫, କେନ୍ଦୁଝର ୫.୫୫, କୋରାପୁଟ ୫.୦୫, ମୟୂରଭଞ୍ଜ ୬.୯୯ ଓ ରାୟଗଡ଼ା ୬.୫୬% ରହିଛି। ଏସବୁ ଜିଲାରେ ଯଦିଓ ସଂକ୍ରମଣ ହ୍ରାସ ପାଇଛି, କିନ୍ତୁ ୫ ପ୍ରତିଶତ ଉପରେ ରହିଥିବାରୁ ଏସବୁ ଜିଲାରେ କଟକଣା ସଂକ୍ରାନ୍ତରେ ବିଚାରବିମର୍ଶ ଚାଲିଛି। ଅନ୍ୟପକ୍ଷରେ ୫ଟି ଜିଲାରେ ସଂକ୍ରମଣ ହାର ୧୦% ଉପରେ ରହିଛି। ସେଥିମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩.୩୬% ସଂକ୍ରମଣ ହାର ଥିବାବେଳେ ଯାଜପୁର ୧୨.୮୫, ପୁରୀରେ ୧୧.୮୮, କଟକରେ ୧୦.୧୫, ନୟାଗଡ଼ରେ ୧୦.୦୩% ରହିଛି।
ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ରାଜ୍ୟରେ ସଂକ୍ରମଣ ରୋକିବାକୁ ଏବେ ଲକ୍‌ଡାଉନ ଓ ଅନଲକ୍‌ ବ୍ୟବସ୍ଥା ଏକ ନିୟମିତ ପ୍ରକ୍ରିୟା ହୋଇଯାଇଛି। ପରିସ୍ଥିତି ଉପରେ ତର୍ଜମା କରାଯାଇ ଅନ୍‌ଲକ୍‌ ପ୍ରକ୍ରିୟା ଅନୁଧ୍ୟାନ କରାଯିବ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...

ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା

ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍‌ ଚିହ୍ନଟ...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
Next Post Next post:
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts