ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ ଏବେ ବୈଜ୍ଞାନିକ ଏଭଳି ଭାକ୍ସିନ ତିଆରି କରୁଛନ୍ତି, ଯାହା ସମସ୍ତ ଭାରିଆଣ୍ଟ ଉପରେ ପ୍ରଭାବଶାଳୀ ହେବ। ଏଥିସହ ଭବିଷ୍ୟତରେ ଏଭଳି ମହାମାରୀକୁ ରୋକିବାରେ ମଧ୍ୟ ସାହାଯ୍ୟ କରିବ। ସୁଚନା ମୁତାବକ ବୈଜ୍ଞାନିକମାନେ ଏକ ଏଭଳି ଭାକ୍ସିନ ତିଆରି କରିଛନ୍ତି, ଯାହା କୋଭିଡ-୧୯ ବ୍ୟତୀତ କରୋନା ଭାଇରସ୍ର ଅନ୍ୟ ସମସ୍ତ ଭାରିଆଣ୍ଟର ଉପରେ ପ୍ରଭାବଶାଳୀ ହେବ। ବର୍ତ୍ତମାନ ବୈଜ୍ଞାନିକମାନେ ଏହି ଭାକ୍ସିନକୁ ମୂଷା ଉପରେ ଟ୍ରାଏଲ୍ କରିଛନ୍ତି। ଆସନ୍ତା ବର୍ଷ ଏହା ମନୁଷ୍ୟ ଉପରେ ଟ୍ରାଏଲ୍ କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ନର୍ଥ କାରୋଲିନା ୟୁନିଭର୍ସିଟିର ବୈଜ୍ଞାନିକମାନେ ଏବେଠାରୁ ଏହି ଭାକ୍ସିନ ଉପରେ ଗବେଷଣା କରିବା ଆରମ୍ଭ କରିଦେଇଛନ୍ତି। କାରଣ ପରବର୍ତ୍ତୀ ସମୟରେ କେଉଁ ଭାଇରସ୍ କେଉଁ ମହାମାରୀକୁ ଉତ୍ପନ୍ନ କରିବ ସେନେଇ କାହାକୁ ଜଣାନାହିଁ। ତେଣୁ ଏବେଠାରୁ ଆଗୁଆ ପ୍ରସ୍ତୁତି କରିବା ଉଚିତ୍ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଯଦି ସବୁ ଠିକ୍ଠାକ ରହେ ତେବେ ଏହି ସୁପର ଭାକ୍ସିନ କରୋନାର ତୃତୀୟ ମହାମାରୀ ପୂର୍ବରୁ ଦୁନିଆକୁ ଆସିଯିବ ବୋଲି ବୈଜ୍ଞାନିକଙ୍କ ଏକ ଟିମ୍ ସୂଚନା ଦେଇଛନ୍ତି। ।
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…
ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...
୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...


