ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଉତ୍କଳିକା ଅନ୍ଲାଇନ୍ ମାଧ୍ୟମରେ ନିଜ ଉତ୍ପାଦର ବିକ୍ରୟ କରିବାକୁ ନିଜସ୍ବ ୱେବ୍ସାଇଟ୍ ଆରମ୍ଭ କରିଛି। ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଗୁଗଲ୍ ମିଟ୍ ମାଧ୍ୟମରେ ଓ୍ବେବ୍ସାଇଟ୍ www.utkalikaodisha.comକୁ ଲୋକାର୍ପଣ କରିଛନ୍ତି। ଏଣିକି ଏହି ଓ୍ବେବ୍ସାଇଟ୍କୁ ଲଗ୍ ଇନ୍ କରି କିମ୍ବା ଗୁଗଲ ପ୍ଲେ ଷ୍ଟୋର୍ରୁ ଉତ୍କଳିକା ଆପ୍ ଡାଉନ୍ଲୋଡ୍ କରି ପସନ୍ଦ ମୁତାବକ ହସ୍ତତନ୍ତ ଶାଢ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଅର୍ଡର କରିପାରିବେ। ଏହାଦ୍ୱାରା ଉଭୟ ହସ୍ତଶିଳ୍ପୀ ଓ ଗ୍ରାହକମାନେ ଉପକୃତ ହେବା ସହ ଉତ୍କଳିକା ତା’ର ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବ ବୋଲି ଆଶା ରଖିଛି।
ସୂଚନାନୁସାରେ, ବର୍ତ୍ତମାନ ସମ୍ବଲପୁରୀ ଶାଢ଼ି ସହିତ ପଟ୍ଟଚିତ୍ର ଶାଢ଼ି, ରଘୁରାଜପୁର ପଟ୍ଟଚିତ୍ର, ଜନଜାତି ଅଳଙ୍କାର ଓ ଓଡ଼ିଶା ଗହଣା ଆଦି ବିକ୍ରୟ ପାଇଁ ରହିଛି। ଆଗାମୀ ଦିନରେ ଓଡ଼ିଶା କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ସାମଗ୍ରୀ ଏହି ୱେବ୍ସାଇଟ୍ରେ ଉପଲବ୍ଧ କରାଯିବ। ଉତ୍କଳିକା ମାଧ୍ୟମରେ କାରିଗରଙ୍କ ଉତ୍ପାଦଗୁଡ଼ିକ ଆହୁରି ଅଧିକରୁ ଅଧିକ ଲୋକାଭିମୁଖୀ ହେବାର ସୁଯୋଗ ରହିବ। ସେହିଭଳି ଏହା ମାଧ୍ୟମରେ ଉତ୍କଳିକା ଗ୍ରାହକଙ୍କ ଚାହିଦା ମୁତାବକ ଉତ୍ପାଦଗୁଡ଼ିକର ଆହୁରି ଆଧୁନିକୀକରଣ ଓ ଯୁଗୋପଯୋଗୀ କରିପାରିବ। ଏହି ଲୋକାର୍ପଣ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ଅତିରିକ୍ତ ଶାସନ ସଚିବ ସରୋଜ କୁମାର ପଟେଲ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ସନାତନ ନାୟକ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ସ୍ବୟଂପ୍ରଭା ମୁଦୁଲି, ଶିଳ୍ପ ବିକାଶ ଅଧିକାରୀ ରଶ୍ମିରେଖା, ହସ୍ତଶିଳ୍ପ ବିକାଶ ଅଧିକାରୀ ପଦ୍ମିନୀ ମିଶ୍ର, ପ୍ରୀତୀଶ କୁମାର ବେହେରା ପ୍ରମୁଖ ଭର୍ଚୁଆଲରେ ଯୋଗଦେଇଥିଲେ।
ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍ରୁ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...
ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...


