ଉତ୍କଳିକାର ୱେବ୍‌ସାଇଟ୍‌ ଲୋକାର୍ପିତ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଉତ୍କଳିକା ଅନ୍‌ଲାଇନ୍‌ ମାଧ୍ୟମରେ ନିଜ ଉତ୍ପାଦର ବିକ୍ରୟ କରିବାକୁ ନିଜସ୍ବ ୱେବ୍‌ସାଇଟ୍‌ ଆରମ୍ଭ କରିଛି। ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଗୁଗଲ୍‌ ମିଟ୍‌ ମାଧ୍ୟମରେ ଓ୍ବେବ୍‌ସାଇଟ୍‌ www.utkalikaodisha.comକୁ ଲୋକାର୍ପଣ କରିଛନ୍ତି। ଏଣିକି ଏହି ଓ୍ବେବ୍‌ସାଇଟ୍‌କୁ ଲଗ୍‌ ଇନ୍‌ କରି କିମ୍ବା ଗୁଗଲ ପ୍ଲେ ଷ୍ଟୋର୍‌ରୁ ଉତ୍କଳିକା ଆପ୍‌ ଡାଉନ୍‌ଲୋଡ୍‌ କରି ପସନ୍ଦ ମୁତାବକ ହସ୍ତତନ୍ତ ଶାଢ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଅର୍ଡର କରିପାରିବେ। ଏହାଦ୍ୱାରା ଉଭୟ ହସ୍ତଶିଳ୍ପୀ ଓ ଗ୍ରାହକମାନେ ଉପକୃତ ହେବା ସହ ଉତ୍କଳିକା ତା’ର ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବ ବୋଲି ଆଶା ରଖିଛି।
ସୂଚନାନୁସାରେ, ବର୍ତ୍ତମାନ ସମ୍ବଲପୁରୀ ଶାଢ଼ି ସହିତ ପଟ୍ଟଚିତ୍ର ଶାଢ଼ି, ରଘୁରାଜପୁର ପଟ୍ଟଚିତ୍ର, ଜନଜାତି ଅଳଙ୍କାର ଓ ଓଡ଼ିଶା ଗହଣା ଆଦି ବିକ୍ରୟ ପାଇଁ ରହିଛି। ଆଗାମୀ ଦିନରେ ଓଡ଼ିଶା କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ସାମଗ୍ରୀ ଏହି ୱେବ୍‌ସାଇଟ୍‌ରେ ଉପଲବ୍ଧ କରାଯିବ। ଉତ୍କଳିକା ମାଧ୍ୟମରେ କାରିଗରଙ୍କ ଉତ୍ପାଦଗୁଡ଼ିକ ଆହୁରି ଅଧିକରୁ ଅଧିକ ଲୋକାଭିମୁଖୀ ହେବାର ସୁଯୋଗ ରହିବ। ସେହିଭଳି ଏହା ମାଧ୍ୟମରେ ଉତ୍କଳିକା ଗ୍ରାହକଙ୍କ ଚାହିଦା ମୁତାବକ ଉତ୍ପାଦଗୁଡ଼ିକର ଆହୁରି ଆଧୁନିକୀକରଣ ଓ ଯୁଗୋପଯୋଗୀ କରିପାରିବ। ଏହି ଲୋକାର୍ପଣ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ଅତିରିକ୍ତ ଶାସନ ସଚିବ ସରୋଜ କୁମାର ପଟେଲ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ସନାତନ ନାୟକ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ସ୍ବୟଂପ୍ରଭା ମୁଦୁଲି, ଶିଳ୍ପ ବିକାଶ ଅଧିକାରୀ ରଶ୍ମିରେଖା, ହସ୍ତଶିଳ୍ପ ବିକାଶ ଅଧିକାରୀ ପଦ୍ମିନୀ ମିଶ୍ର, ପ୍ରୀତୀଶ କୁମାର ବେହେରା ପ୍ରମୁଖ ଭର୍ଚୁଆଲରେ ଯୋଗଦେଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.